Posted inରାଜ୍ୟ

ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ

ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ ପୁରୀ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟାରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ସମସ୍ତଙ୍କୁ ଧୈର୍ଯ୍ୟ ଧରି ପୁନରୁଦ୍ଧାର କାମରେ ସହଯୋଗ କରିବାକୁ ପଡ଼ିବ। ପୁରୀକୁ ବିଶ୍ୱର ଐତିହ୍ୟ ସହର କରାଯିବ। ତେବେ ବାତ୍ୟାରେ ବିଦ୍ୟୁତ୍‌ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି। ପୁରୀ ଜିଲାକୁ ଯେଉଁ ୩ଟି ଲାଇନ ଯାଇଛି ତାହା ଫନୀରେ କ୍ଷତିଗ୍ରସ୍ତ ହୋଇଛି। ବିଦ୍ୟୁତ୍‌ ବ୍ୟବସ୍ଥାକୁ ସ୍ବାଭାବିକ କରିବା ଲାଗି ହଜାର ହଜାର ଲୋକ ଦିନରାତି କାମରେ ଲାଗିଛନ୍ତି। ଦ୍ରୁତଗତିରେ ପୁନରୁଦ୍ଧାର କାମ ଚାଲିଛି। ଗୋଟିଏ ଲାଇନ ମରାମତି ସରିଛି। ଏହା ମାଧ୍ୟମରେ ପୁରୀ ସହରକୁ ବିଦ୍ୟୁତ୍‌ ଯୋଗାଣ ହୋଇଛି। ନିମାପଡ଼ା ଏବଂ କୋଣାର୍କ ଏନ୍‌ଏସିକୁ ବୁଧବାର ରାତି ସୁଦ୍ଧା ବିଦ୍ୟୁତ୍‌ ଯୋଗାଣ ହୋଇଯିବ। ଧୀରେ ଧୀରେ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ସେବା ସ୍ବାଭାବିକ ହେବ। ଘରଭଙ୍ଗା କ୍ଷୟକ୍ଷତି ଆକଳନ ପ୍ରକ୍ରିୟା ଆରମ୍ଭ ହୋଇଛି। ସପ୍ତାହକ ମଧ୍ୟରେ ଏହି ଆକଳନ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। କ୍ଷତିଗ୍ରସ୍ତଙ୍କୁ ରିଲିଫ ଦିଆଯାଉଛି।ପ୍ରତ୍ୟେକ ପରିବାରକୁ ୫୦କିଗ୍ରା ଚାଉଳ ଦିଆଯାଇଛି। ଯେଉଁମାନଙ୍କର ରାଶନକାର୍ଡ ନାହିଁ ସେମାନଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବ। ସେହିପରି କ୍ଷତିଗ୍ରସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ନ ହେବା ପର୍ଯ୍ୟନ୍ତ ପ୍ରତି ୧୦ଦିନରେ ପ୍ରତି ପରିବାରକୁ ୨.୫ ଲିଟର ଲେଖାଏ କିରୋସିନ ମାଗଣାରେ ଯୋଗାଇ ଦିଆଯିବ। ଅଳ୍ପ କିଛିଦିନ ମଧ୍ୟରେ ୧୦ଲକ୍ଷ ମହମବତି ବଣ୍ଟାଯିବ। ଆଗାମୀ ଦୁଇମାସ ପାଇଁ ମାଗଣାରେ ସାନିଟାରି ନାପ୍‌କିନ ଯୋଗାଇ ଦିଆଯିବ। ପୁନରୁଦ୍ଧାର କାମ ତ୍ୱରାନ୍ବିତ ନିମନ୍ତେ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି। ତେଣୁ ଜନସାଧାରଣଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏଥିସହ ବିଦ୍ୟୁତ୍‌ ପୁନରୁଦ୍ଧାର କାମ କରୁଥିବାବେଳେ ପ୍ରାଣ ହରାଇଥିବା ମଙ୍ଗରାଜ ରାଓଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଥିଲେ।

ଉକ୍ତ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ,  ରାଜସ୍ବ ମନ୍ତ୍ରୀ ମହେଶ୍ୱର ମହାନ୍ତି, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂ, ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜିଲାପାଳ ବଲୱନ୍ତ ସିଂ, ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଏସ୍‌ପି ଉମାଶଙ୍କର ଦାଶଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଏବଂ ଅଧିକାରୀମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri