ପୁନରୁଦ୍ଧାର ହେଉନି ନାଗସରା ପୋଖରୀ

ହାଟଡିହୀ, ୭ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ପଞ୍ଚାୟତ ସୋସୋ ଗ୍ରାମର ନାଗସରା ପୋଖରୀ ବହୁବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୋଖରୀଟି ଧୀରେ ଧୀରେ ପୋତି ହୋଇଗଲାଣି। ଏଥିସହ ରକ୍ଷଣାବେକ୍ଷଣା ଅଭାବରୁ ପୋଖରୀ ହୁଡ଼ା ନଷ୍ଟ ହୋଇଯାଇଥିବା ବେଳେ ଦଳରେ ଭର୍ତ୍ତି ହୋଇଛି। ଦୀର୍ଘ ବର୍ଷ ହେବ ପୋଖରୀଟି ଏହିପରି ଅବହେଳିତ ଭାବେ ପଡିରହିଛି। ସର୍ବବୃହତ୍ତ ପୁରାତନ ପୋଖରୀ ଭାବେ ଏହାର ଆୟତନ ପ୍ରାୟ ୧୪ ଏକର ହେବ। ପୋଖରୀ ନିକଟରେ ଏକ ଲକ୍ଷ୍ମୀନାରାୟଣ ମନ୍ଦିର ଅଛି। ଉକ୍ତ ପୋଖରୀଟିକୁ ନାଗା ସାଧୁମାନେ ଖୋଳିଥିବା ଜନଶ୍ରୁତି ରହିଛି। ଏହି ପୋଖରୀରେ ଅଲୌକିକ ଶକ୍ତିର ମାହାତ୍ମ୍ୟ ରହିଥିବା ଲୋକଙ୍କ ବିଶ୍ୱାସ ରହିଛି। ପୋଖରୀରେ ନାଗନାଗୁଣୀ ବସବାସ କରନ୍ତି। ଲୋକଙ୍କର ଅସୁବିଧା ସମୟରେ ଏହି ପୋଖରୀ ନିକଟରେ ମାନସିକ କଲେ ମନସ୍କାମନା ପୂରଣ ହୋଇଥାଏ। ଅପରପକ୍ଷେ ପଞ୍ଚାୟତର ସମ୍ପତ୍ତି ତାଲିକାରେ ଏହି ପୋଖରୀର ନାମ ରହିଛି। ପଞ୍ଚାୟତ ତରଫରୁ ପୋଖରୀକୁ ନିଲାମ ବି ହୋଇଥାଏ। ବର୍ଷାଦିନେ ବର୍ଷାଜଳ ଏହି ପୋଖରୀରେ ସଂରକ୍ଷଣ ହୋଇରହୁଥିଲା। ଯାହାକି ପରେ ଚାଷଜମିକୁ ଜଳସେଚନରେ ସହାୟକ ହେଉଥିଲା। କିନ୍ତୁ ଏହା କାଳକ୍ରମେ ପୋତି ହୋଇପଡ଼ିବାରୁ ଆଉ ଜଳ ସଂରକ୍ଷଣ କରାଯାଇପାରୁ ନାହିଁ। ସରକାର ଜଳ ସଂରକ୍ଷଣ ନିମନ୍ତେ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଏହି ପୁରାତନ ପୋଖରୀ ଅବହେଳିତ ହୋଇ ପଡ଼ି ରହିବା ଦୁର୍ଭାଗ୍ୟଜନକ ବିଷୟ ସାଜିଛି। ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବା ନିମନ୍ତେ ଜିଲାପାଳ, ବ୍ଲକ ପ୍ରଶାସନ ଦୃଷ୍ଟି ଦେବାକୁ ପୂର୍ବତନ ସରପଞ୍ଚ ବୈଲୋଚନ ନାୟକ ଓ ଗ୍ରାମବାସୀ ଦାବି କରିଛନ୍ତି। ବ୍ଲକ ଅଧୀନ ୩୧ଟି ପଞ୍ଚାୟତରେ ବହୁ ପୁରାତନ ପୋଖରୀ ପୋତିହେବାକୁ ବସିଲାଣି। ତେଣୁ ପ୍ରଶାସନିକ ସ୍ତରରେ ସେସବୁ ପୋଖରୀକୁ ଚିହ୍ନଟ କରାଯାଇ ପୁନରୁଦ୍ଧାର କରାଗଲେ ଲୋକମାନେ ବିଭିନ୍ନ କ୍ଷେତ୍ରରେ ବିଶେଷ ଉପକୃତ ହେବେ ବୋଲି ଅଜୟ ଜେନା, କାମପାଳ ନାୟକ, ବୀରେନ୍ଦ୍ର ବିଶ୍ୱାଳ, ରାଜା ବାବୁ, ଶଶାଙ୍କ ପୁହାଣ, ବିଶ୍ୱନାଥ ଖୁଣ୍ଟିଆ, ସୁରେନ୍ଦ୍ର ବାରିକ, ରବୀନ୍ଦ୍ର ନାୟକ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?