ପୁନରୁଦ୍ଧାର ହେବ କମାରଯୋଡା ପୋଖରୀ

ଯୋଡ଼ା, ୫।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକା ଅନ୍ତର୍ଗତ ୧୧ ନଂ ଓ୍ବାର୍ଡ କମାରଯୋଡା ବାଂଶପାଣିଠାରେ ଠାରେ ଥିବା କମାରଯୋଡା ପୋଖରୀର ପୁନରୁଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରବିବାର କମାରଯୋଡାଠାରେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଡା ସହରାଞ୍ଚଳର କମାରଯୋଡାଠାରେ ଥିବା ସର୍ବପୁରାତନ ପୋଖରୀର ପୁନରୁଦ୍ଧାର ସମ୍ପର୍କରେ ଆଲୋଚନା କରାଯାଇଥିଲା।
ପ୍ରକାଶଯୋଗ୍ୟକି, ପ୍ରାୟ ୧୬ ଏକର ପରିମିତ ଏହି ପୋଖରିଟି ପ୍ରାୟ ୫୫ ବର୍ଷ ହେବ ରହିଅଛି। ଏହା ଉପରେ ସହରର ୭ ହଜାରରୁ ଅଧିକ ଲୋକ ନିର୍ଭରଶୀଳ। ଏହି ପୋଖରୀର କେତେକ ସ୍ଥାନରେ ପ୍ରାକୃତିକ ଜଳସ୍ରୋତର ଝର ରହିଛି। ପୋଖରୀରେ ଜଳ ପୁରିଗଲେ ଏହାର ଜଳ ଏକ ଗେଟ୍‌ ଦେଇ ନାଳ ରୂପରେ ପ୍ରବାହିତ ହୋଇ ଏହାର ଜଳ ସହରର ୬, ୮ ଓ ୯ ନଂ ଓ୍ବାର୍ଡରେ ଜଳ ଅଭାବକୁ ଦୂର କରୁଥିଲା। ଏହି ନାଳ ଉପରେ ଭରସା କରି ପୂର୍ବେ ଭୂୟାଁ ବସ୍ତିର ଲୋକମାନେ ଧାନ ଚାଷ, ପରିବା ଚାଷ କରି ନିଜର ଜିବୀକା ନିର୍ବାହ କରୁଥିଲେ। ଏହି ପୋଖରୀ ନିକଟକୁ ଲାଗି ବାଂଶପାଣି ରେଳ ସାଇଡିଂ ରହିଛି। ଏହି ରେଳ ସାଇଡିଂରେ ହଜାର ହଜାର ଟନ୍‌ ଲୁହାପଥର ଗୁଣ୍ଡ ଗଛିତ ହୋଇ ରହୁଥିଲା ା ଫଳରେ ବର୍ଷା ଦିନରେ ଏହି ଲୁହାପଥର ଗୁଣ୍ଡ ଧୋଇ ହୋଇ ପୋଖରୀରେ ମିଶି ଏହାକୁ ସଙ୍କୁଚିତ କରିଦେଇଛି। ପ୍ରାକୃତିକ ଝରରୁ ପଙ୍କ ଉଦ୍ଧାର ନ ହେବାରୁ ଝର ସ୍ରୋତ ଧୀରେ ଧୀରେ କମିବାରେ ଲାଗିଲା ଓ ପ୍ରବାହିତ ନାଳ ଶୁଷ୍କ ହେଲା ା ପୋଖରୀର ପାଣି ନିଷ୍କାସିତ ନହୋଇ ପଙ୍କ ଜମି ଧୀରେ ଧୀରେ ଏହା ଦୂଷିତ ହେଲା। ଏହା ସହିତ ସ୍ଥାନୀୟ ଲୋକେ ଗାଧୋଇବା, ଲୁଗାସଫା ଏବଂ ପଶୁପକ୍ଷୀମାନଙ୍କ ଦ୍ୱାରା ପୋଖରୀର ଜଳ ଦୂଷିତ ହେଲା ା ଫଳରେ ପୋଖରୀର ଜଳ ବ୍ୟବହାର ଅନୁପଯୋଗୀ ହେଲା। ସ୍ଥାନୀୟ ଲୋକେ ଏହାର ପୁନରୁଦ୍ଧାର ପାଇଁ ଦୀର୍ଘ ବର୍ଷରୁ ପୌରପାଳିକାକୁ ଲିଖିତ ଭାବେ ଦୃଷ୍ଟି ଆକର୍ଷଣ କରିଥିଲେ। ଏନେଇ ଧରିତ୍ରୀରେ ଅନେକ ଥର ଖବର ପରିବେଷଣ ହୋଇଆସିଛି। ଗତ ତା୨୭।୪।୨୦୧୭ ରିଖରେ ଶୀର୍ଷକ ‘୧୬ ଏକର ବନ୍ଧ ଏବେ ୫ ଏକର’ ଖବର ପ୍ରକାଶିତ ହୋଇଥିଲା ା ଏହାପରେ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଥିଲା। ଧରିତ୍ରୀରେ ପ୍ରକାଶିତ ଏହି ଖବରର ପ୍ରଭାବ ପଡିଥିଲା ା ତେବେ ବିଳମ୍ବରେ ହେଲେ ମଧ୍ୟ ଏହି ପୋଖରୀର ପୁନରୁଦ୍ଧାର ପାଇଁ ଯୋଡା ପୌରପାଳିକା ପକ୍ଷରୁ ପ୍ରସ୍ତାବ ଦିଆଯିବା ପରେ ସରକାରଙ୍କ ଗୃହ କମିଟି, ସହରାଞ୍ଚଳ ଉନ୍ନୟନ ବିଭାଗ ଓ ଓଡିଶା ମାଇନିଂ ବିୟରିଂ ଏରିଆ ଡେଭେଲପମେଣ୍ଟ ସୋସାଇଟି(ଓମବାଡିସି) ଅନୁଦାନରୁ ୬.୩୧ କୋଟି ଟଙ୍କା ଅର୍ଥ ବ୍ୟୟରେ ଏହାର ପୁନରୁଦ୍ଧାର ପାଇଁ ଯୋଡା ପୌରପାଳିକାକୁ ନିର୍ଦ୍ଦେଶ ହୋଇଥିବା ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂଯର୍‌ୟମଣୀ ପାଟ୍ଟଯୋଶୀ ସୂଚନା ଦେଇଛନ୍ତି। ଏହାକୁ ଇ-ଟେଣ୍ଡର ମାଧ୍ୟମରେ ୧୧ ମାସ ମଧ୍ୟରେ ପୁନରୁଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିବା ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri