Posted inଭଦ୍ରକ

ପୁରସ୍କୃତ ରାଶିକୁ ପ୍ରଦାନ କଲେ ଅଙ୍ଗନଓ୍ବାଡି କର୍ମୀ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଅଙ୍ଗନୱାଡି କର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ଏହି ଘଡିସନ୍ଧି ମୂହୁର୍ତ୍ତରେ ନିଜର ପୁରସ୍କୃତ ରାଶିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରି ନିଜର ମହନୀୟତା ଦେଖାଇଛନ୍ତି ଜଣେ ଅଙ୍ଗନୱାଡି କର୍ମୀ ା ଭଦ୍ରକ ଜିଲା ବନ୍ତ ବ୍ଲକ ପାନପଦୀ ଅଙ୍ଗନୱାଡି କେନ୍ଦ୍ରର କର୍ମୀ ପୂର୍ଣ୍ଣପ୍ରଭା ରାଉଳ ା ଗତ ମାର୍ଚ୍ଚ ୮ରେ ଆନ୍ତର୍ଜାତୀୟ ମହିଳା ଦିବସରେ ଭଦ୍ରକ ଜିଲା ତରଫରୁ ଶ୍ରେଷ୍ଠ ଅଙ୍ଗନୱାଡି କର୍ମୀ ଭାବେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସଭାରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁଙ୍କ ଠାରୁ ମାନପତ୍ର ଓ ଉପଢୌକନ ସହ ୧୦ ହଜାର ଟଙ୍କା ପୁରସ୍କୃତ ରାଶି ପାଇଥିଲେ ା ଉକ୍ତ ପୁରସ୍କୃତ ରାଶିକୁ ସେ ବିଡିଓ ରେବେକା ବିଲୁଙ୍ଗଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି ା ଏସମୟରେ ସିଡିପିଓ ରେଣୁକା ଦାଶ, ସୁପରଭାଇଜର ସୁଶ୍ରୀ ସଙ୍ଗୀତା, ପ୍ରିତିଲତା, ବନ, ବିପିସି ଚୀରଞ୍ଜୀବ ଦାସ, ଅଙ୍ଗନୱାଡି କର୍ମୀ ସ୍ବାଗତିକା ନାୟକ, ସୁଜାତା ସ୍ବାଇଁ ଉପସ୍ଥିତ ଥିଲେ ା ସେହିପରି ସେ ନିଜେ ତିଆରି କରିଥିବା ବହୁତ ଗୁଡିଏ ମାସ୍କକୁ ଅସହାୟ ଲୋକମାନଙ୍କୁ ବଣ୍ଟନ କରିଛନ୍ତି ା ଅଙ୍ଗନୱାଡି କର୍ମୀଙ୍କର ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri