Posted inପୁରୀ

ପୁରାତନ ଛାତ୍ର ସଂସଦ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କୋଣାର୍କ,୨୮।୪(ଡି.ଏନ୍‌.ଏ.): କୋଣାର୍କସ୍ଥିତ କୋଣାର୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦିଲୀପ କୁମାର ଦାସ, ବିଜୟ ରାୟ ଓ କୈଳାସ ଚନ୍ଦ୍ର ରାୟଙ୍କ ଆର୍ଥତ୍କ ପ୍ରୋତ୍ସାହନ ଓ ପ୍ରେରଣାରେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ପକ୍ଷରୁ ଗରିବମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ସଂସଦର ସଦସ୍ୟମାନେ ମିଶି କୋଣାର୍କ ଏନଏଏସି ଅଧିନସ୍ଥ ମାଉସୀ ମା ସାହି ଓ କୋଣାର୍କ ଥାନା ଛକଠାରେ ଅବସ୍ଥାନ କରୁଥିବା ୨୦ଜଣ ଗରିବ ଓ ଖଟିଖିଆ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ପୁରାତନ ଛାତ୍ର ସଂସଦର ଆବାହକ ଅଜୟ କୁମାର ପଟ୍ଟନାୟକ, ପ୍ରମୋଦ ଗୋଚ୍ଛାୟତ, ରମେଶ ଚନ୍ଦ୍ର ବେହେରା, ଅଶୋକ ଗୋଚ୍ଛାୟତ ଓ କୁନାଲ ପାତ୍ର ପ୍ରମୁଖ ଏହି ଗରିବ ପରିବାରଙ୍କୁ ଚୁଡା, ବିସ୍କୁଟ, ଡାଲି, ସୁଜି ଓ ଅଟା ଆଦି ସାମଗ୍ରୀ ଦେଇଥିଲେ। ଲକଡାଉନ ଅବଧି ଶେଷ ହେବା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ପୁରାତନ ଛାତ୍ର ସଂସଦର ଆବାହକ ଅଜୟ ପଟ୍ଟନାୟକ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri