ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ଏଟିଏମ୍‌ ପିନ୍‌ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା ଗାଏବ କରୁଥିବା ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ସୁପ୍ରଭାତ ମହାପାତ୍ର ଓ ତାଙ୍କ ଘର ପୁରୀ ଜିଲାର ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣ୍ୟଦା ଗ୍ରାମରେ ବୋଲି ଜଣାପଡ଼ିଛି। ମାଲକାନଗିରି ସ୍ବତନ୍ତ୍ର ସାଇବର ସେଲ୍‌ର ଇନ୍ସପେକ୍ଟର ସୌମେନ୍ଦ୍ର ଶେଖର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଦଳ ତଦନ୍ତ କରି ଏହି ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିବାରେ ସଫଳ ହୋଇଛି। ଅଭିଯୁକ୍ତ ଜଣଙ୍କ ମାଲକାନଗିରି ଜିଲାର କାଲିମେଳା ଥାନା ଅନ୍ତର୍ଗତ ଅକ୍ଷୟ ପଣ୍ଡାଙ୍କୁ ଫୋନ୍‌ କରି ୨ ଲକ୍ଷ ଟଙ୍କା ଦିଆଯିବ ବୋଲି କହି ଆକାଉଣ୍ଟ ନମ୍ବର ଓ ପିନ୍‌ ମାଗି ତାଙ୍କ ଆକାଉଣ୍ଟରେ ଥିବା ୪୦ ହଜାର ଟଙ୍କା ଲୁଟ୍‌ କରିଥିବା ବେଳେ ଓରକେଲ ଥାନା ଅଧୀନରେ ମଧ୍ୟ ଜଣଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇ ନେଇ ଯାଇଥିବା ଏସ୍‌ପି ମୀନା ସୂଚନା ଦେଇଛନ୍ତି। ଏହା ବ୍ୟତୀତ ଅଭିଯୁକ୍ତଙ୍କ ନାମରେ ଯାଜପୁର ଜିଲାର ବଡ଼ଚଣା ଥାନା, କଟକର ଚାଉଳିଆଗଞ୍ଜ, ଗଜପତି ଜିଲାର ପାରଳାଖେମୁଣ୍ଡି ଓ ପୁରୀ ଜିଲାର ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଥିବା ଏସ୍‌ପି ସୂଚନା ଦେଇଛନ୍ତି। ସେ ଜଣେ ଆନ୍ତଃରାଜ୍ୟ ଅପରାଧୀ ହୋଇଥିବାବେଳେ ଝାଡ଼ଖଣ୍ଡ ରାଜ୍ୟର ଅପରାଧୀଙ୍କ ସହ ତାଙ୍କ ଯୋଗାଯୋଗ ଥିବା ଜଣାପଡ଼ିଛି। ମାଲକାନଗିରି ପୋଲିସ ତାଙ୍କ ଆକାଉଣ୍ଟକୁ ସିଜ୍‌ କରିଥିବାବେଳେ ୨ ଲକ୍ଷ ୬ ହଜାର ୧୯୪ ଟଙ୍କା ଜବତ କରିଥିବା ଏସ୍‌ପି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri