ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ସେ ନିକଟରେ ସୁରଟରୁ ଫେରିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ରବିବାର ଜିଲାର ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ପୁରୀ ସହର ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ପୂର୍ବରୁ ପିପିଲି ଦାନଗହିରର ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।