ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡସ୍ଥିତ ନାୟକ ପ୍ଲାଜାରେ ରାତ୍ରିଯାପନ କରିଛନ୍ତି। ଏମାନଙ୍କ ମଧ୍ୟରେ ୭୦ ପୁରୁଷ, ୫୦ ମହିଳା ଏବଂ ୧୩ଜଣ ପିଲା ରହିଛନ୍ତି। ଶନିବାର ସାଢେ ୧୧ଟାରେ ଏହି ହିନ୍ଦୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ମାତ୍ର ପହଞ୍ଚତ୍ବା ପରେ ଅଳ୍ପ କେତେଜଣ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିବା ଜଣାପଡିଛି। ୫ତାରିଖରେ ସଦ୍‌ଭାବନା ସଭାଗୃହରେ ଏହି ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକଙ୍କୁ ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବ। ଏହି ସମ୍ବର୍ଦ୍ଧନା ଉତ୍ସବରେ କ୍ରିୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଥାଉ କି, ଗତ ମାସ ୨୭ ତାରିଖରୁ ଏମାନେ ପାକିସ୍ତାନରୁ ବାହାରିଥିଲେ। ମଥୁରା ଦେଇ ଶୁକ୍ରବାର ପୁରୀରେ ପହଞ୍ଚତ୍ଛନ୍ତି। ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର ପକ୍ଷରୁ ପ୍ରତିବର୍ଷ ଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ ପାଇଁ ପାକିସ୍ତାନର ହିନ୍ଦୁ ଭକ୍ତମାନଙ୍କୁ ନିମନ୍ତ୍ରଣ କରାଯାଇଥାଏ। ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାରପ୍ରସାର ପାଇଁ ଏଭଳି ଏକ ଉଦ୍ୟମ କରାଯାଉଛି ବୋଲି ସେଣ୍ଟର ସଭାପତି ପରେଶ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri