ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ବିଚାରପତି କୁମାରୀ ସଞ୍ଜୁ ପଣ୍ଡା ଓ ବିଚାରପତି ପ୍ରମଥ କୁମାର ପଟ୍ଟନାୟକଙ୍କ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାର ଏହି ମାମଲାର ଶୁଣାଣି କରି ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଏହି ମାମଲା ଶେଷ ହୋଇଛି। ଜିଲା ପ୍ରଶାସନ ମଠଗୁଡିକ ଉଚ୍ଛେଦ ପୂର୍ବରୁ କୌଣସି ନୋଟିସ ଦେଉ ନ ଥିବାରୁ ରାଘବ ଦାସ ମଠ କ୍ଷେତ୍ରରେ ମଧ୍ୟ ଏହା କାର୍ଯ୍ୟକାରୀ କରାଯାଇପାରେ ବୋଲି ଏହି ମଠର ଏକ୍‌ଜିକ୍ୟୁଟିଭ୍‌ ଅଫିସର ଅନାମ ଚରଣ ଦାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁଣାଣି ବେଳେ ରାଜ୍ୟ ସରକାର ରାଘବ ଦାସ ମଠ ଭାଙ୍ଗିବାର କୌଣସି ଯୋଜନା ନାହିଁ ବୋଲି ଅଦାଲତଙ୍କୁ ଅବଗତ କରାଇବା ପରେ ମାନ୍ୟବର ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ ଯେ, ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ମଠ, ମନ୍ଦିର ଉଚ୍ଛେଦ କାର୍ଯ୍ୟ ଜିଲା ପ୍ରଶାସନ ପକ୍ଷରୁ କରାଯାଉଛି। କିଛିଦିନ ତଳେ ରାଘବ ଦାସ ମଠ ସମେତ ଆହୁରି ୮ଟି ମଠ ଭଙ୍ଗାଯିବ ବୋଲି ଚର୍ଚ୍ଚା ହୋଇଥିଲା। ଉଚ୍ଛେଦ ଆଶଙ୍କା କରି ରାଘବ ଦାସ ମଠର ଏକ୍‌ଜିକୁଟିଭ୍‌ ଅଫିସର ଦାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେ ତାଙ୍କ ଆବେଦନରେ ଦର୍ଶାଇଥିଲେ ଯେ, ରାଘବ ଦାସ ମଠ ୭୫ମିଟର ବାହାରେ ରହିଛି। କିନ୍ତୁ ମଠକୁ ଅସୁରକ୍ଷିତ ଦର୍ଶାଇ ଭାଙ୍ଗିଦେବାକୁ ପ୍ରଶାସନ ଚକ୍ରାନ୍ତ କରିଥାଇ ପାରେ। ପୂର୍ବରୁ ରାଘବ ଦାସ ମଠକୁ ପ୍ରଶାସନ ଅସୁରକ୍ଷିତ ଦର୍ଶାଇ ଭାଙ୍ଗି ଦେବାକୁ ନିଷ୍ପତ୍ତି ନେଇଥିଲା ବେଳେ ମଠ ପକ୍ଷରୁ ଜିଲା ଦୌରାଜଜ୍‌ଙ୍କ ନିକଟରେ ନିବେଦନ କରାଯାଇଥିଲା। ଜିଲା ଦୌରାଜଜ ମାମଲାର ବିଚାର କରି ଏକ କମିଟି ଗଠନ କରି ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କମିଟି ଯେଉଁ ନିଷ୍ପତ୍ତି ନେଇଥିଲା ତାହା ଆଜିଯାଏ କାର୍ଯ୍ୟକାରୀ କରାଯାଉ ନ ଥିବା ମଠ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଜନ ରାୟ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri