ପୁରୀ ଅଫିସ,୨୭ା୨: ପୁରୀ ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ ଡାକ ସେବା ଖୋର୍ଦ୍ଧା ରୋଡ ସ୍ଥାନାନ୍ତରକୁ ଶ୍ରୀଜଗନ୍ନାଥ ସେନା ତୀବ୍ର ବିରୋଧ କରିଛି। ଏହାର ପ୍ରତିବାଦରେ ବୁଧବାର ସେନା ପକ୍ଷରୁ ଡାକ ସେବା କାର୍ଯ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ କରାଯାଇଛି। ଏହି ନିଷ୍ପତ୍ତି ଯଥାଶୀଘ୍ର ପ୍ରତ୍ୟାହାର କରିବାକୁ ଦାବି କରାଯାଇଥିଲା। ଡାକ ବିଭାଗରେ କେତେଜଣ ଉଚ୍ଚପଦସ୍ଥ ଅଧିକାରୀ ଷଡ଼ଯନ୍ତ୍ର ପୂର୍ବକ ଏଠାରେ କାର୍ଯ୍ୟକ୍ଷମ ଥିବା ଡାକ ସେବାକୁ ବନ୍ଦ ଲାଗି ଚକ୍ରାନ୍ତ କରୁଛନ୍ତି ବୋଲି ସେନା ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି। ଏହି ସେବା ଉପରେ କେବଳ ପୁରୀବାସୀ ନୁହେଁ, ଆଖପାଖ ଅଞ୍ଚଳ ତଥା ବାହାର ପର୍ଯ୍ୟଟକ ମଧ୍ୟ ନିର୍ଭର କରନ୍ତି। ଜରୁରୀ ଡକ୍ୟୁମେଣ୍ଟ ଅନ୍ୟ ସ୍ଥାନକୁ ପଠାଇବା ଲାଗି ଆରଏମଏସ ଉପରେ ନିର୍ଭର କରନ୍ତି। ଏହି ସେବା ଉଠିଗଲେ, ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବେ। ପୂର୍ବରୁ ମଧ୍ୟ ଏହାକୁ ସ୍ଥାନାନ୍ତର ନେଇ ଚକ୍ରାନ୍ତ ହୋଇଥିଲା। ସେତେବେଳେ ଆମେ ଏହାକୁ ବିରୋଧ କରିଥିଲୁ। ଏବେ ପୁଣି ଏହାକୁ ଉଠାଇ ନେବା ଲାଗି ଚକ୍ରାନ୍ତ ଚାଲିଛି। ଶ୍ରୀଜଗନ୍ନାଥ ସେନା ଏହାର ବିରୋଧ କରୁଛି। ଆବଶ୍ୟକ ପଡିଲେ, ଆଗକୁ ଜନ ଆନ୍ଦୋଳନ କରାଯିବ। ଏ ନେଇ ସେନା ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ଜନସ୍ବାର୍ଥ ମାମଲା ଦାୟର କରାଯିବ ବୋଲି ପଟ୍ଟନାୟକ କହିଛନ୍ତି। ଏହି ବିକ୍ଷୋଭରେ ପଟ୍ଟନାୟକଙ୍କ ସମେତ ସେନାର ଶତାଧିକ କର୍ମୀ ଯୋଗଦେଇଥିଲେ।
Posted inଆମ ଜିଲା ଖବର, ପୁରୀ View All
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…
ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର
ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…
ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…
ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…
ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…
ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ
ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…
କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…
Archives

