ପୁରୀ ଗଣବଳାତ୍କାର ଘଟଣା: ହାଇକୋର୍ଟରେ ମିସ୍‌ କେସ୍‌ ଦାଏର

କଟକ ଅଫିସ,୧୯ା୧୨- ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣାରେ ଗୁରୁବାର ହାଇକୋର୍ଟରେ ଏକ ମିସ୍‌ କେସ୍‌ ଦାଏର କରାଯାଇଛି। ଉକ୍ତ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଏହି କେସ୍‌ ଦାଏର କରାଯାଇଛି। ପିଟିଶନରେ ଆବେଦନକାରୀ ଦର୍ଶାଇଛନ୍ତି, ହାଇଦ୍ରାବାଦ ଭଳି ପୁରୀ ପୋଲିସ ତାଙ୍କୁ ଏନ୍‌କାଉଣ୍ଟର କରିବା ପାଇଁ ମସୁଧା କରୁଛି। ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ସମ୍ବିଧାନର ଧାରା ୧୪, ୧୯ ଓ ୨୧ ଅନୁଯାୟୀ ତାଙ୍କର ମାନବାଧିକାର ଓ ସମାନତା ଅଧିକାର ଏବେ ବିପଦରେ ରହିଛି। ଉକ୍ତ ଆବେଦନକୁ ଗ୍ରହଣ କରି ଆସନ୍ତା ଜାନୁୟାରୀ ୧୪ ତାରିଖ ସୁଦ୍ଧା ଗଣବଳାତ୍କାର ମାମଲାର ସବିଶେଷ ତଦନ୍ତ ରିପୋର୍ଟ ହାଇକୋର୍ଟରେ ଦାଖଲ କରିବା ପାଇଁ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତି ପୁରୀ ଏସ୍‌ପିଙ୍କୁ ଆଦେଶ ଦେଇଛନ୍ତି।
ପୂର୍ବରୁ ଆବେଦନକାରୀ ସେଠୀ ଉକ୍ତ ମାମଲାକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ, କେବଳ କେତେଜଣଙ୍କୁ ଫସାଇବା ପାଇଁ ଏହା ଏକ ବିଧିବଦ୍ଧ ଷଡ଼ଯନ୍ତ୍ର ବୋଲି ଆବେଦନକାରୀ କୋର୍ଟଙ୍କୁ ଅବଗତ କରିଥିଲେ। ତେଣୁ ଏହାର ସିବିଆଇ, କ୍ରାଇମବ୍ରାଞ୍ଚ କିମ୍ବା ନ୍ୟାୟିକ ତଦନ୍ତ ପାଇଁ ଆବେଦନକାରୀ ସେଠୀ ପିଟିଶନରେ କୋର୍ଟଙ୍କୁ ନିବେଦନ କରିଥିଲେ। ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିବ ବୋଲି ଆବେଦନକାରୀ ପିଟିଶନରେ ନିବେଦନ କରିଛନ୍ତି। ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଗୃହ ବିଭାଗ ସଚିବ, ପୁରୀ ଏସ୍‌ପି, କ୍ରାଇମବ୍ରାଞ୍ଚ ଏସ୍‌ପି, ସିବିଆଇ ଏସ୍‌ପି ଓ କୁମ୍ଭାରପଡା ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପିଟିଶନକୁ କୋର୍ଟ ଗ୍ରହଣ କରିବା ସହ ଏହାର ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ୧୯ ତାରିଖକୁ ଦିନଧାର୍ଯ୍ୟ କରିଥିଲେ। ସୂଚନାଥାଉ କି, ଗତ ୨ ତାରିଖରେ ପୁରୀର ଏକ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା କୁମ୍ଭାରପଡ଼ା ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଆଧାରକରି ପୋଲିସ ରାଜେଶଙ୍କ ସମେତ ୬ ଜଣଙ୍କୁ ଗିରଫ କରିଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri