ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର ପର୍ଯ୍ୟଟକ। ୧୬ଜଣିଆ ଏହି ବିଦେଶୀ ପର୍ଯ୍ୟଟକ ସୋମବାର ଅପରାହ୍ନରେ ପୁରୀ ଛାଡ଼ିିଛନ୍ତି। ଗଲାବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସେମାନେ ରହୁଥିବା ହୋଟେଲ ସମ୍ମୁଖରୁ ମୁଣ୍ଡିଆ ମାରି ଆଶୀର୍ବାଦ କାମନା କରିଛନ୍ତି। ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଯାଇ ଘରେ ପହଞ୍ଚତ୍ବୁ ବୋଲି ଏହି ବିଦେଶୀ ପର୍ଯ୍ୟଟକମାନେ କହିଛନ୍ତି।
କରୋନର ଭୟାବହତାକୁ ନେଇ ପ୍ରଶାସନ ପକ୍ଷରୁ ଟୁରିଷ୍ଟ ବସ୍‌ ସେବାକୁ ବନ୍ଦ କରାଯାଇଛି। ସେହିପରି ବେଳାଭୂମି ଉପରେ କଟକଣା ଲଗାଯିବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ସର୍ବସାଧାରଣରେ ବୁଲାବୁଲି ନ କରିବାକୁ ପରାମର୍ଶ ଦିଆଯାଇଛି। ଜରୁରୀ କାମ ନ ଥିଲେ ଏବେ ପୁରୀ ନ ଆସିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ବିଦେଶୀ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଉପରେ ସତର୍କ ଦୃଷ୍ଟି ରହିଛି। କଟକଣା ଯୋଗୁ ପର୍ଯ୍ୟଟକମାନେ ପୁରୀ ଛାଡ଼ିିବା ଆରମ୍ଭ କରିଦେଇଛନ୍ତି। ସୋମବାର ଲିବାନିଆର ୧୬ ଜଣିଆ ଦଳ ପୁରୀ ଛାଡ଼ିିବା ବେଳେ ଭାବବିହ୍ବଳ ହୋଇପଡ଼ିିଥିଲେ। ଭାରତୀୟ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଓଡ଼ିଶାର କଳା, ସଂସ୍କୃତିକୁ ବେଶ୍‌ ପ୍ରଶଂସା କରିଥିଲେ। ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସିନା ଦର୍ଶନ କରିପାରୁନୁ ହେଲେ ସିଂହଦ୍ୱାରରେ ପତିତପାବନଙ୍କ ଦର୍ଶନ ସେମାନଙ୍କୁ ଅଭିଭୂତ କରିଦେଇଛି। ବର୍ତ୍ତମାନ କରୋନାକୁ ନେଇ ସେମାନେ ବି ଚିନ୍ତିତ। ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ସେମାନେ ପୁଣି ଭଲରେ ଘରକୁ ଫେରିପାରିବେ ବୋଲି କହିଥିଲେ। ସୂଚନାଥାଉ କି, ଏମାନେ ବହୁଦିନ ପୂର୍ବରୁ ଭାରତ ଆସିଥିଲେ। ପ୍ରଥମେ ଦ୍ୱାରିକାରେ ବୁଲାବୁଲି ସାରି ପୁରୀରେ ପହଞ୍ଚତ୍ଥିଲେ। ଏଠାରେ ବିଭିନ୍ନ ସ୍ଥାନ ବୁଲି ସାରିବା ପରେ ସୋମବାର ପୁଣି ଦ୍ୱାରକା ଯିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri