ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର ୬୧୨ ଏବଂ କରେସପଣ୍ଡେଣ୍ଟ କୋର୍ସରେ ରେଗୁଲାର ୩୬, ଏକ୍ସ-ରେଗୁଲାର ୩ ମୋଟ ୨୧,୭୮୬ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ସେହିପରି ମଧ୍ୟମା ରେଗୁଲାରରେ ୯୪ ଓ ଏକ୍ସ-ରେଗୁଲାରରେ ୯ ମୋଟ ୧୦୩ ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ (ଏସ୍‌ଓଏସ୍‌ସି) ରେଗୁଲାରରେ ୪୪୩, ଏକ୍ସ-ରେଗୁଲାରରେ ୧୪୬ ମୋଟ ୫୮୯ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ବୁଧବାର ଦୁଇଟି ଶିଫ୍ଟରେ ପରୀକ୍ଷା ହୋଇଥିଲା। ପ୍ରଥମ ଶିଫ୍ଟରେ ମାଟ୍ରିକ ରେଗୁଲାର ଓ ଏକ୍ସ-ରେଗୁଲାର ଏବଂ ଦ୍ୱିତୀୟ ଶିଫ୍ଟରେ ମଧ୍ୟମା ଏବଂ ଏସ୍‌ଓଏସ୍‌ସି ପିଲାଙ୍କ ପରୀକ୍ଷା ହୋଇଥିଲା।
ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଲାଗି ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ୯.୩୦ ମିନିଟ୍‌ ସୁଦ୍ଧା ପରୀକ୍ଷା ହଲରେ ପହଞ୍ଚତ୍ଥିଲେ। ସେମାନେ ପ୍ରବେଶିକାପତ୍ର ଦେଖାଇ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଥିଲେ। ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯାଇଥିଲା। ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨.୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅପରାହ୍ନ ୧.୩୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହୋଇଥିଲା। ପ୍ରଥମ ଦିନରେ ମଧ୍ୟମା ପରୀକ୍ଷାରେ ୨ଜଣ ଛାତ୍ର କପି କରି ଧରାପଡ଼ିିଥିବା ଜିଲା ଶିକ୍ଷାଧିକାରୀଙ୍କ କାଯର୍ର୍‌ୟାଳୟରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri