ପୁରୀ ଜିଲାର ୩ ବୁଥ୍‌ରେ ଆଜି ସାନି ମତଦାନ

ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍‌ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍‌ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ ୟୁପି ସ୍କୁଲ, କମାଶାସନ, ୬୨ନଂ. ଗାଦିବ୍ରହ୍ମ ପ୍ରାଇମେରୀ ସ୍କୁଲ, ବାଘମୁଣ୍ଡା ଏବଂ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଅଧୀନ ୭୮ନଂ. ବୁଥ୍‌ ବଳଭଦ୍ରପୁର ନୋଡାଲ ୟୁପି ସ୍କୁଲ, ବୀରକେଶରୀପୁର। ୬୨ ନଂ. ବୁଥ୍‌ରେ ୮୦୦ ମତଦାତା, ୨୨୨ ବୁଥ୍‌ରେ ୮୧୬ ଏବଂ ୭୮ ନଂ. ବୁଥ୍‌ରେ ୧୩୬୭ ଜଣ ମତଦାତା ମତଦାନ କରିବେ। ଶନିବାର ସମ୍ପୃକ୍ତ ବୁଥ୍‌ରେ ପୋଲିଂ ପାର୍ଟି ଆବଶ୍ୟକ ସରଞ୍ଜାମ ଧରି ପହଞ୍ଚତ୍ ସାରିଛନ୍ତି। ପ୍ରତ୍ୟେକ ବୁଥ୍‌କୁ ଜଣେ ପ୍ରିଜାଇଡିଂ ଅଫିସର ଏବଂ ୫ଜଣ ପୋଲିଂ କର୍ମଚାରୀ ଯାଇଛନ୍ତି। ରବିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ସାନି ନିର୍ବାଚନ ଲାଗି ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ୨୩ତାରିଖରେ ହେବାକୁ ଥିବା ଗଣତି ଲାଗି ସବୁ ପ୍ରସ୍ତୁତି ସରିଛି। ସୂଚନାଥାଉ କି, କମାଶାସନ ବୀରକେଶରୀପୁର ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା ହୋଇଥିବାବେଳେ ବାଘମୁଣ୍ଡା ବୁଥ୍‌ର କଣ୍ଟ୍ରୋଲ ୟୁନିଟ୍‌ ମିଳି ନ ଥିଲା। ତେଣୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଜିଲାର ଏହି ୩ଟି ବୁଥ୍‌ରେ ସାନି ମତଦାନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?