ପୁରୀ ଜିଲା ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଯୁବକଂଗ୍ରେସର ଧାରଣା

ପୁରୀ ଅଫିସ,୭ା୧୧ : ପୁରୀ ଜିଲା ଚିକିତ୍ସାଳୟରେ ବୁଧବାର ଚିକିତ୍ସା ଅବହେଳା ଯୋଗୁ ଜଣେ ୫ମାସର ଶିଶୁକନ୍ୟାର ମୃତ୍ୟୁକୁ ଜିଲା ଯୁବ କଂଗ୍ରେସ ତିବ୍ର ପ୍ରତିବାଦ କରିଛି। ଶୁକ୍ରବାର ଜିଲା ସ୍ବାସ୍ଥ୍ୟାଧିକାରୀଙ୍କ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣା ଦିଆଯାଇଛି। ଚିକିତ୍ସାରେ ଅବହେଳା କରିଥିବା ସମ୍ପୃକ୍ତ ଡାକ୍ତର ଓ ଷ୍ଟାଫ୍‌ ନର୍ସଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଏନେଇ ସିଡିଏମ୍‌ଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଯୁବ କଂଗ୍ରେସ ନେତା ଆଲୋକ କୁମାର ଦାଶ, ଛାତ୍ର କଂଗ୍ରେସ ନେତା ଆଶୁତୋଷ ମିଶ୍ର, ମନୋଜ ମଣ୍ଡଳଙ୍କ ନେତୃତ୍ୱରେ ଶତାଧିକ କର୍ମୀ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।

ଯୁବ କଂଗ୍ରେସ ନେତା ଦାଶ କୁହନ୍ତି, ଜିଲା ସ୍ବାସ୍ଥ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବା ଦିନକୁ ଦିନକୁ ବିଗିଡ଼ିବାରେ ଲାଗିଛି। ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଚିକିତ୍ସାରେ ଅବହେଳା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଅପରପକ୍ଷେ ପସୂତି ଓ ଶିଶୁ ଯତ୍ନ କେନ୍ଦ୍ରରେ ରୋଗୀ ଶୋଷଣ ଚାଲିଛି। ଗର୍ଭବତୀ ଏବଂ ଶିଶୁଙ୍କ ଚିକିତ୍ସା ଲାଗି ଟଙ୍କା ଦାବି କରୁଛନ୍ତି, ନଦେଲେ ହଇରାଣ କରାଯାଉଛି। ରୋଗୀଙ୍କ ଅବସ୍ଥା ଗୁରୁତର ଥିବା ଦର୍ଶାଇ କଟକ ବଡ ମେଡିକାଲକୁ ପଠାଇ ଦେବାକୁ ଧମକ ଦିଆଯାଉଛି ବୋଲି ସେ ଗଣମାଧ୍ୟମରେ ଆଗରେ କହିଛନ୍ତି। ମିିଳିଥିବା ସୂଚନା ପ୍ରକାରେ, ବୁଧବାର ଚନ୍ଦନପୁର ଦଣ୍ଡା ସାହିର ଶ୍ରଦ୍ଧା ବାରିକଙ୍କ ୫ମାସ ଶିଶୁକନ୍ୟାର ଚିକିତ୍ସାରେ ଅବହେଳାରୁ ମତ୍ୟୁ ଘଟିଥିବା ନେଇ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରାଯିବ ବୋଲି ଭାରପ୍ରାପ୍ତ ସିଡିଏମ୍‌ଓ ବିରାଜ ରଥ କହିଛନ୍ତି।

ପ୍ରକାଶଯୋଗ୍ୟ, ନିକଟରେ ବ୍ରହ୍ମଗିରିର ଜଣେ ୧୬ବର୍ଷିୟ ନାବାଳକଙ୍କ ଚିକିତ୍ସାରେ ଅବହେଳାରୁ ମୃତ୍ୟୁ ଘଟିଥିବା ନେଇ ପରିବାରଲୋକେ କୁମ୍ଭାରପଡା ଥାନା ଓ ସିଡିଏମ୍‌ଓ ଏବଂ ଏନଏଚଆରସିରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri