ପୁରୀ ଜିଲା ଚିଠି: ବାଡ଼ ଖାଉଛି ଫସଲ

ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ମଧ୍ୟରୁ ପ୍ରସିଦ୍ଧ ହେଉଛି ରଥଯାତ୍ରା। ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଏହା କେବଳ ପୁରୀ କି ଓଡ଼ିଶାରେ ସୀମିତ ନୁହେଁ, ଭାରତର ବିଭିନ୍ନ ରାଜ୍ୟ ଏପରି କି ବିଦେଶର ଅନେକ ସ୍ଥାନରେ ମଧ୍ୟ ରଥଯାତ୍ରା ଆୟୋଜନ ହେଉଛି। ଏହା ନିଶ୍ଚିତ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। କିନ୍ତୁ କିଛିବର୍ଷ ହେଲା ଅଦିନରେ ବିଭିନ୍ନ ଜାଗାରେ ଆୟୋଜନ ହେଉଛି ରଥଯାତ୍ରା, ଯାହାକି ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ପ୍ରତି ଘୋର ଅପମାନ ଏବଂ ଶାସ୍ତ୍ର ବିରୋଧୀ। ଏହାକୁ ନେଇ ହୋହଲ୍ଲା, ବିକ୍ଷୋଭ, କୁଶପୁତ୍ତଳିକା ଦାହ ଏପରି କି ଥାନା ଯାଏ ବି କଥା ଯାଉଛି। ପ୍ରତିବାଦ ପରେ କେଉଁଠି ଆୟୋଜକ ତାଙ୍କ ନିଷ୍ପତ୍ତିରୁ ଓହରି ଯାଉଛନ୍ତି ତ ପୁଣି କେହି କେହି ଅବମାନନା କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏଥିରେ ରୋକ୍‌ ଲଗାଇବା ପାଇଁ ଅନେକ ସମୟରେ ଚେଷ୍ଟା କରୁଛି। କିନ୍ତୁ ଏ ପର୍ଯ୍ୟନ୍ତ ଏଥିରେ ଶତ ପ୍ରତିଶତ ସଫଳତା ମିଳିନାହିଁ। ଗତବର୍ଷ ସେପ୍ଟେମ୍ବର ୬ତାରିଖ ପରିଚାଳନା କମିଟି ବୈଠକରେ ଏ ସଂକ୍ରାନ୍ତରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ ରଥଯାତ୍ରା କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ତେଣୁ ରାଜ୍ୟ ସରକାରଙ୍କ ସହଯୋଗରେ ରଥଯାତ୍ରାର ବିଧି ବିଶ୍ୱବାସୀଙ୍କୁ ଅବଗତ କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଏହାସତ୍ତ୍ବେ କେତେକ ଅନୁଷ୍ଠାନ ଏହାକୁ ବେଖାତିର କରିଆସୁଛନ୍ତି। ଗତ ମାସ ୩୦ ତାରିଖ ବସନ୍ତ ପଞ୍ଚମୀରେ ମୁମ୍ବାଇରେ ଇସ୍କନ ପକ୍ଷରୁ ରଥଯାତ୍ରା କରାଯିବାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, କୁଶପୁତ୍ତଳିକା ଦାହ ସହ ଇସ୍କନ ଅଧିକାରୀଙ୍କ ନଁାରେ ଥାନାରେ ଏତଲା ଦିଆଯାଇଛି। ହେଲେ ମୁମ୍ବାଇରେ ଅଦିନିଆ ରଥଯାତ୍ରା ଆୟୋଜନ କରାଯିବାରେ ପୁରୀର ଜଣେ ଯୁବ ଦଇତାପତିଙ୍କ ହାତ ଥିବା ଚର୍ଚ୍ଚା ହେଉଛି। ସମ୍ପୃକ୍ତ ଦଇତାପତି ବ୍ୟକ୍ତିଗତ ସ୍ବାର୍ଥ ପାଇଁ ମହାପ୍ରଭୁଙ୍କ ବିଧି ପରମ୍ପରାକୁ ଆଡ଼େଇ ଆୟୋଜକଙ୍କ ସହ ହାତ ମିଶାଇ ରଥଯାତ୍ରା କରିଛନ୍ତି। ସେହିପରି ଭୁବନେଶ୍ୱରରେ ମହାପ୍ରଭୁଙ୍କ ରଘୁନାଥ ବେଶକୁ ନେଇ ବି ବିବାଦ ଉପୁଜିଥିଲା। ରତ୍ନସିଂହାସନ ବାହାରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ କରାଯାଇଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ପୁରାଣ ଅନୁସାରେ, ସ୍ବତନ୍ତ୍ର ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଏହି ବେଶ କରାଯିବାର ବିଧି ଥିବାବେଳେ ଏହା ବାହାରେ ହେବା ପଛରେ ବି ଶ୍ରୀମନ୍ଦିରର କେତେଜଣ ସେବାୟତଙ୍କ ହାତ ରହିଥିଲା। ସେହିପରି କୋଲକାତାରେ ଜଣେ ବ୍ୟକ୍ତିଙ୍କ ଘରକୁ ଯାଇ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ଥାପନ କରିଥିଲେ ଶ୍ରୀମନ୍ଦିରର କେତେଜଣ ସେବାୟତ। ଏଠି ବାଡ଼ ଫସଲ ଖାଉଛି। ତେଣୁ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ କିପରି ସୁରକ୍ଷିତ ରଖାଯିବ ସେନେଇ ଗବେଷକ ଓ ବୁଦ୍ଧିଜୀବୀ ପ୍ରଶ୍ନ କରୁଛନ୍ତି। -ହେମନ୍ତ ନାୟକ


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri