ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍‌ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ ପରିବାରକୁ କ୍ଷତିପୂରଣ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ସ୍ଥାନାନ୍ତରିତ ପରିବାର ପରିବହନ ଖର୍ଚ୍ଚ ଲାଗି ତୁରନ୍ତ ୫୦ ହଜାର ମିଳିବା ସହ ବିସ୍ଥାପିତ ପରିବାର ଘର କିମ୍ବା ଜମି ପାଇବା ଯାଏ ମାସିକ ୧୦ ହଜାର ଘରଭଡା ମିଳିବ। ବିସ୍ଥାପିତ ପରିବାର ଲାଗି ୩ଟି ଇଚ୍ଛାଧୀନ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେଥିରୁ ଯେକୌଣସି ଗୋଟିଏ ବାଛିବାକୁ ନିୟମ ରହିଛି। ୩ ଇଚ୍ଛାଧୀନ ସହାୟତାଗୁଡିକ ହେଲା, ଗୋଟିଏ ପରିବାର ଏକକାଳୀନ ୩୦ ଲକ୍ଷ ଟଙ୍କା ସହାୟତା ନେଇପାରିବେ, ମନ୍ଦିରର ଦେଢ଼ କିମି ମଧ୍ୟରେ ଥଇଥାନ କଲୋନୀରେ ୫୨୦ ବର୍ଗଫୁଟର ଘର ଏବଂ ମନ୍ଦିରର ୨ କିମି ଭିତରେ ୪୦x୨୫ ଫୁଟର ଜାଗା। ତେବେ ଏକକାଳୀନ ସହାୟତା ନେଇଥିବା ପରିବାର ଘରଭଡା ପାଇବେନି ବୋଲି ଏହି ପ୍ୟାକେଜରେ ଦର୍ଶାଯାଇଛି।
ସେହିପରି କ୍ଷତିଗ୍ରସ୍ତ ଦୋକାନୀଙ୍କୁ ମଧ୍ୟ ପରିବହନ ପାଇଁ ଏକକାଳୀନ ୫୦ ହଜାର ଟଙ୍କା, ଦୋକାନ ଘର ପାଇଁ ମଧ୍ୟ ୨ ପ୍ରକାର ସହାୟତା ଘୋଷଣା ହୋଇଛି। ସାନ, ମଧ୍ୟମ ଓ ବଡ଼ ଦୋକାନ ପାଇଁ ମାସିକ ୫,୧୦,୧୫ ହଜାର ଟଙ୍କା ଭଡ଼ା ସହାୟତା ଦିଆଯିବ। ପୁରୀରେ ବିଭିନ୍ନ ମାର୍କେଟ କଂପ୍ଲେକ୍ସରେ ଉପଲବ୍ଧ ଦୋକାନ ଘର ଦିଆଯିବ। ଏହାସହ ଲଜ୍‌ ଅଧିଗ୍ରହଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରିଛନ୍ତି। ୧୫୦୦ ବର୍ଗଫୁଟରୁ ଅଧିକ ଲଜ୍‌ ପାଇଁ ପୂନର୍ବାସ ଥଇଥାନ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ୩ ହଜାର ବର୍ଗଫୁଟର ଅଧିକ ଅଞ୍ଚଳରେ ଥିବା ଲଜ୍‌ଗୁଡିକୁ ୧୦ ଲକ୍ଷ ଟଙ୍କା ଏବଂ ୩ ହଜାର ବର୍ଗଫୁଟରୁ କମ ଲଜ୍‌ ପାଇଁ ୫ ଲକ୍ଷ ଟଙ୍କା ତୁରନ୍ତ ସହାୟତା ମିଳିବ। ପ୍ରତି ଲଜ୍‌କୁ ବର୍ଗଫୁଟ ପିଛା ମାସିକ ୨୫ ଟଙ୍କା ଲେଖାଏ ୧୮ ମାସ ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri