ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି ଦୋକାନ ବ୍ୟତୀତ ଆଉ ସବୁ ଖୋଲା ଥିଲା। ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ସ୍ବାଭାବିକ ରହିଥିଲା।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରା ହୋଇପାରିବ ନାହିଁ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ଏହି ନିଷ୍ପତ୍ତିକୁ ନେଇ ସମସ୍ତଙ୍କ ମନରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସମସ୍ତ ପ୍ରକାର ପ୍ରସ୍ତୁତି ସତ୍ତ୍ବେ କାହିଁକି ରଥଯାତ୍ରା ବନ୍ଦ କରାଗଲା ତାକୁ ନେଇ ଭକ୍ତ ଓ ସେବାୟତଙ୍କ ମଧ୍ୟରେ କ୍ଷୋଭ ସୃଷ୍ଟି ହୋଇଛି। ତେଣୁ ବିନା ଭକ୍ତରେ ରଥଯାତ୍ରା ହେଉ ଦାବି କରି ଉପରୋକ୍ତ ଦୁଇ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ଘଣ୍ଟିଆ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। କିନ୍ତୁ ଏହା ପ୍ରଭାବ ଶୂନ୍ୟ ରହିଥିଲା। ସକାଳେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀର ଆବାହକ ସ୍ବାଧୀନ କୁମାର ପଣ୍ଡାଙ୍କ ସମେତ ସୁଜିତ ମହାପାତ୍ର, ପ୍ରେମଜିତ୍‌ ମହାନ୍ତି, ଅମରେନ୍ଦ୍ର ପାଇକରାୟ, ବିଶ୍ୱନାଥ ଦାଶ, ଅନିମେଶ ପଟ୍ଟନାୟକ, ସର୍ବେଶ୍ୱର ସ୍ବାଇଁ, ଚନ୍ଦନ ବିଶ୍ୱାଳ ପ୍ରମୁଖ ବଡ଼ଶଙ୍ଖସ୍ଥିତ ଏକ ଘରୋଇ ସ୍ଥାନରେ ଉପସ୍ଥିତ ଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ସେମାନଙ୍କୁ ସେଠାରେ ପ୍ରାୟ ୬ଘଣ୍ଟା ଅଟକ ରଖିଥିଲା। ପରେ ସେମାନଙ୍କୁ ଛାଡ଼ିି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri