ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୂତନ କରି ୩ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଶ୍ରୀମନ୍ଦିର ଚାରିପାଖରେ ଜାରି ରହିିଥିବା ଉଚ୍ଛେଦ ଦ୍ୱାରା ଯେପରି ପୁରାତନ କୀର୍ତ୍ତିରାଜି ନଷ୍ଟ ନ ହେବ, ସେଥିପ୍ରତି ଦୃଷ୍ଟି ଦିଆଯାଇଛି। ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଉଚ୍ଛେଦ ଦ୍ୱାରା ପ୍ରଭାବିତ ହେଉଥିବା ଜନସାଧାରଣଙ୍କୁ ଉପଯୁକ୍ତ କ୍ଷତିପୂରଣ ସହ ଥଇଥାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
ଐତିହ୍ୟ ସୁରକ୍ଷା ଅଞ୍ଚଳ ତଥା ଶ୍ରୀମନ୍ଦିରର ୭୫ ମିଟର ଅଞ୍ଚଳ ମଧ୍ୟରେ ଏହାର ପବିତ୍ର ଭୌଗୋଳିକ ଅବସ୍ଥିତି, ବିଭିନ୍ନ ପ୍ରାଚୀନ ଦେବଦେବୀ ମୂର୍ତ୍ତି, ଜଗନ୍ନାଥ ସଂସ୍କୃତି ସହ ସଂଶ୍ଳିଷ୍ଟ ବୃକ୍ଷଲତା, କଳା ସ୍ଥାପତ୍ୟ ଓ ଭୋଗକ୍ଷେତ୍ରକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳର ପୁନଃବିନ୍ୟାସ କରାଯିବା ନେଇ ନିଷ୍ପତ୍ତି କରାଯାଇଛି। ଏହି ପୁନଃବିନ୍ୟାସକୁ ତଦାରଖ କରିବା ଲାଗି ଏକ ବିଶେଷଜ୍ଞ ମଣ୍ଡଳୀ ଗଠନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ସେହିପରି ମେଘନାଦ ପାଚେରିଠାରୁ ୭୫ ମିଟର ଅଞ୍ଚଳ ମଧ୍ୟରେ ଚଳାଚଳ ପାଇଁ ୧୫ ମିଟର ରାସ୍ତା କରାଯିବ, ବାକି ୬୦ ମିଟର ଅଞ୍ଚଳର ପୁନଃବିନ୍ୟାସ କରାଯିବ। ଅନୁରୂପ ଭାବେ ଏମାର ମଠ ଜମିର କିଛି ଅଂଶରେ ରଘୁନନ୍ଦନ ଲାଇବ୍ରେରିର ପୁନଃନିର୍ମାଣ କରାଯିବ। ଏହାକୁ ଜଗନ୍ନାଥ ସଂସ୍କୃତିର ଏକ ଗବେଷଣା କେନ୍ଦ୍ର ଭାବେ ବିକଶିତ କରାଯିବ। ଏଥିପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।
ଉଚ୍ଛେଦ କାରଣରୁ ବିସ୍ଥାପିତ ପରିବାରଗୁଡିକ ପାଇଁ ମନ୍ଦିରଠାରୁ ୧.୫ କିଲୋ ମିଟର ଦୂରତା ମଧ୍ୟରେ ବିଭିନ୍ନ ସ୍ଥାନରେ ୬୦୦ଟି ଘର ନିର୍ମାଣ କରାଯିବ। ପ୍ରତି ଘର ବିଲ୍ଟ ଅପ୍‌ ଏରିଆ ପ୍ରାୟ ୫୨୦ ଫୁଟ୍‌ ରହିବ, ଏହି ଯୋଜନା ପାଇଁ ସ୍ବତନ୍ତ୍ର ଭାବେ ୯୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ଉଲ୍ଲେଖଯୋଗ୍ୟ, ପୂର୍ବରୁ ଅବଢ଼ା ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୨୬୫ କୋଟି ଟଙ୍କା ବିନିଯୋଗରେ ଏକାଧିକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟରେ ୫୯୫ କୋଟି ଟଙ୍କା ବିନିଯୋଗରେ ଶ୍ରୀସେତୁ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମୂଷାନଦୀ ପୁନରୁଦ୍ଧାର, ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ, ଅଠରନଳା ଓ ମଠଗୁଡିକର ବିକାଶ ପାଇଁ ଯୋଜନା କରାଯାଇଛି। ଏଥିସହିତ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୂର୍ତ୍ତ ବିଭାଗ ସହଯୋଗରେ ଡିଜାଇନ୍‌ ମଧ୍ୟ ପ୍ରସ୍ତୁତ ହୋଇସାରିଛି। ଏଥିପାଇଁ ତୁରନ୍ତ ଟେଣ୍ଡର ଡକାଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଆଇନ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ଓ ପୂର୍ତ୍ତ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri