ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ ସହ ସମଗ୍ର ପୁରୀ ଜିଲାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନକୁ ଗୁରୁତ୍ୱ ଦିଆଯାଉଛି। ପୁରୀ ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟଗୁଡିକର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ପାଇଁ ୨୦୧୮ ବ୍ୟାଚ୍‌ର ୫ ଶିକ୍ଷାନବିସ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଶୁକ୍ରବାର ନିଯୁକ୍ତି ଦିଆଯାଇଛିି। ସେମାନେ ପୁରୀରେ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡିକ ଦାୟିତ୍ୱରେ ରହିବେ। ଏହି ଅଧିକାରୀମାନେ ହେଉଛନ୍ତି ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଡ. ଶୁଭଙ୍କର ମହାପାତ୍ର, ଜେ. ସୋନାଲ ଏବଂ ଭୁବନେଶ ଦେବଦାସ ପାଟିଲ।
ଅଧିକାରୀମାନଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେମାନେ ପୁରୀରେ ଯୋଗଦାନ କରିଥିବା ଜଣାପଡିଛି। ପୁରୀ ଯିବା ପୂର୍ବରୁ ଅଧିକାରୀମାନେ ଲୋକସେବା ଭବନରେ ସିଏମ୍‌ଓର ମୁଖ୍ୟ ପରାମର୍ଶଦାତା ଆର୍‌.ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫’ଟି ବିଭାଗ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନଙ୍କଠାରୁ ନିଜ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ। ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତା ସହ କାମ କରିବାକୁ ୨ ଶୀର୍ଷ ପ୍ରଶାସନିକ ଅଧିକାରୀ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri