ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ ସହ ସମଗ୍ର ପୁରୀ ଜିଲାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନକୁ ଗୁରୁତ୍ୱ ଦିଆଯାଉଛି। ପୁରୀ ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟଗୁଡିକର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ପାଇଁ ୨୦୧୮ ବ୍ୟାଚ୍‌ର ୫ ଶିକ୍ଷାନବିସ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଶୁକ୍ରବାର ନିଯୁକ୍ତି ଦିଆଯାଇଛିି। ସେମାନେ ପୁରୀରେ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡିକ ଦାୟିତ୍ୱରେ ରହିବେ। ଏହି ଅଧିକାରୀମାନେ ହେଉଛନ୍ତି ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଡ. ଶୁଭଙ୍କର ମହାପାତ୍ର, ଜେ. ସୋନାଲ ଏବଂ ଭୁବନେଶ ଦେବଦାସ ପାଟିଲ।
ଅଧିକାରୀମାନଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେମାନେ ପୁରୀରେ ଯୋଗଦାନ କରିଥିବା ଜଣାପଡିଛି। ପୁରୀ ଯିବା ପୂର୍ବରୁ ଅଧିକାରୀମାନେ ଲୋକସେବା ଭବନରେ ସିଏମ୍‌ଓର ମୁଖ୍ୟ ପରାମର୍ଶଦାତା ଆର୍‌.ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫’ଟି ବିଭାଗ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନଙ୍କଠାରୁ ନିଜ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ। ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତା ସହ କାମ କରିବାକୁ ୨ ଶୀର୍ଷ ପ୍ରଶାସନିକ ଅଧିକାରୀ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri