ପୁରୀ ସଦର ଥାନା ଏଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ, ୧୧ା୨(ଡି.ଏନ.ଏ): ରାଜ୍ୟରେ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛନ୍ତି। ଗତ ଗାନ୍ଧୀ ଜୟନ୍ତୀଠାରୁ ଏହାକୁ କାର୍ଯ୍ୟକାରୀ କରାଯାଇଛି। ପୋଲିସ ବିଭାଗରେ ସ୍ବଚ୍ଛତା ଓ ଜନତାଙ୍କ ସହ ସୁସମ୍ପର୍କ ସ୍ଥାପନ ଲକ୍ଷ୍ୟ ନେଇ ମୋ’ ସରକାର ଏବଂ ୫-ଟିରେ ପୋଲିସ ପ୍ରଶାସନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏ ନେଇ ଲୋକଙ୍କ ମତାମତ ମଧ୍ୟ ଲୋଡ଼ାଯାଉଛି। ଯେଉଁଠି କୌଣସି ଅଧିକାରୀ କିମ୍ବା କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆସୁଛି ତା’ର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ସୋମବାର ପୁରୀ ସଦର ଥାନା ଏଏସ୍‌ଆଇ ପ୍ରହ୍ଲାଦ ବରାଳଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ପୁରୀ ଏସ୍‌ପି ଡ. ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି।
ଏସ୍‌ପି କହିଛନ୍ତି, ଏଏସ୍‌ଆଇ ବରାଳଙ୍କ ବିରୋଧରେ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ନେଇ ଅଭିଯୋଗ ଆସିଥିଲା। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ସେ ଦୁର୍ବ୍ୟବହାର ପ୍ରଦର୍ଶନ ସହ ତଦନ୍ତରେ ଶିଥିଳତା କରୁଥିବା ଅଭିଯୋଗ ହୋଇଥିଲା। ମୋ’ ସରକାରରେ ଏଭଳି ଅଭିଯୋଗ ହେବା ପରେ ତଦନ୍ତ କରାଯାଇଥିଲା। ପ୍ରାଥମିକ ତଦନ୍ତ ଭିତ୍ତିରେ ତାଙ୍କୁ ନିଲମ୍ବନ କରାଯାଇଛି ବୋଲି ଏସ୍‌ପି ଦାଶ ସୂଚନା ଦେଇଛନ୍ତି। ତେବେ ତାଙ୍କ ବିରୋଧରେ କିଏ ଓ କେବେ ଅଭିଯୋଗ ଆଣିଥିଲେ ସେ ସମ୍ପର୍କରେ ଏସ୍‌ପି କିଛି ସ୍ପଷ୍ଟ କରିନାହାନ୍ତି। ଅଭିଯୋଗକାରୀଙ୍କୁ ତଦନ୍ତରେ ସହାୟତା, ଉତ୍ତମ ବ୍ୟବହାର ପ୍ରଦର୍ଶନ ସହ ତଦନ୍ତ ଅଗ୍ରଗତି ସମ୍ପର୍କରେ ଜଣାଇବା ଲାଗି ସମସ୍ତ ଥାନାକୁ ତାଗିଦ୍‌ କରାଯାଇଛି। କୌଣସି ପୋଲିସ ଅଧିକାରୀ କିମ୍ବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟରେ ଅବହେଳା କିମ୍ବା ଅଭିଯୋଗକାରୀଙ୍କୁ ହଇରାଣ କରିବା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି। ଉଲ୍ଲେଖ ଥାଉ କି, ପୂର୍ବରୁ ଏତଲାକାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ପୁରୀ କଣ୍ଟ୍ରୋଲ ରୁମ୍‌ର ଜଣେ କନଷ୍ଟେବଳଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri