ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ ସିଂହ କହିଛନ୍ତି, ଶ୍ରୀମନ୍ଦିରର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ଆଦି ଉପରେ ଗୁରୁତ୍ୱ ଦେଉଛୁ। ଉଚ୍ଛେଦ ନେଇ ସମ୍ପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ରହିଛି। ଦେବଦେବୀଙ୍କ ଗାଦିଘର, ବିଜେସ୍ଥଳୀ ଆଦିର ସୁରକ୍ଷା କରାଯିବ। ହେଲେ ମଠ ପରିସରରେ ଥିବା ବ୍ୟବସାୟିକ କୋଠାଗୁଡ଼ିକର ଉଚ୍ଛେଦ କାର୍ଯ୍ୟ ଜାରି ରହିବ। ଅପରପକ୍ଷେ ଏହି ଉଚ୍ଛେଦ କାର୍ଯ୍ୟ ଜାରି ରହିଲେ କମିଟି ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିବ। ଏପରିକି ବୁଲଡୋଜର୍‌ ଆଗରେ ଧାରଣା ଦିଆଯିବ। ଯଦି ଆବଶ୍ୟକ ପଡେ ତେବେ ଏ ସଙ୍କ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ସେମାନେ ପ୍ରକାଶ କରିଛନ୍ତି।

ପ୍ରକାଶଯୋଗ୍ୟ, ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଥିଲେ। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ର୍ନିମାଣ ଉଚ୍ଛେଦ ଲାଗି ଯେଉଁ ନିଷ୍ପତ୍ତି ହୋଇଛି ତା’ର ବ୍ଲୁ -ପ୍ରିଣ୍ଟ ବିଷୟରେ ଜଣାଇବା ପାଇଁ କମିଟି ଜିଲାପାଳଙ୍କୁ ଅବଗତ କରାଇଥିଲା। ଏହି ଅଞ୍ଚଳ ମଧ୍ୟରେ କାହିଁକି ଉଚ୍ଛେଦ କରାଯାଉଛି, ଉଚ୍ଛେଦ ପରେ ଉକ୍ତ ଜାଗାରେ କ’ଣ କରାଯିବ ସେ ବିଷୟରେ ବିସ୍ତୃତ ଭାବେ ଜଣାଇବା ପାଇଁ ସେମାନେ ଦାବି ରଖିଥିଲେ। ମଠ ମନ୍ଦିର ସଂସ୍କୃତିର ସୁରକ୍ଷା ସହିତ ଶ୍ରୀମନ୍ଦିର ବିକାଶ ପାଇଁ ନିଷ୍ପତ୍ତି ନିଆଯାଉ ବୋଲି କମିଟି ପକ୍ଷରୁ ଦାବି କରାଯାଇଥିଲା। ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଜିଲାପାଳଙ୍କ ସହ ଏହି ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri