ପୁରୁଣାବଜାରରେ ଲାଠିଚାର୍ଜ, ଉତ୍ତେଜନା:ଘଟଣାସ୍ଥଳ ଅନୁଧ୍ୟାନ କଲେ ଆଇଜି, ଏସ୍‌ପି

ଭଦ୍ରକ ଅଫିସ, ୧୭-୯ ଏକ ଦୋକାନରେ ଉପାସନା କାର୍ଯ୍ୟ ଲାଗି ବିକ୍ରି ସକାଶେ ରଖାଯାଇଥିବା ଚାଦରକୁ ପୋଲିସ ଫିଙ୍ଗି ଦେବା ଘଟଣା ନେଇ ଭଦ୍ରକ ସହର ପୁରୁଣାବଜାର ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। କ୍ରମେ ଉତ୍ତେଜନା ବଢ଼ି ଏହା ଉଗ୍ର ରୂପ ନେଇଥିଲା। ପୋଲିସର ଏଭଳି କାର୍ଯ୍ୟକୁ ଶତାଧିକ ଲୋକ ବିରୋଧ କରି ପୁରୁଣାବଜାର ଥାନା ଆଗରେ ରୁଣ୍ଡ ହୋଇ ପ୍ରତିବାଦ ଜଣାଇଥିଲେ। ଥାନାଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେମାନେ ଦାବି କରିଥିଲେ। ପରିସ୍ଥିତି ଅଧିକ ଉତ୍ତେଜନାପୂର୍ଣ୍ଣ ହେବାରୁ ପୋଲିସକୁ ମୃଦୁ ଲାଠି ଚାଳନା କରିବାକୁ ପଡ଼ିଥିଲା। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୁରୁଣାବଜାର ଥାନା ସମ୍ମୁଖ ସମେତ ମେଡିକାଲ ଓ ଅନ୍ୟ ସମ୍ବେଦନଶୀଳ ଅଞ୍ଚଳରେ ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଅବସରରେ ଆଇଜି ଦିପ୍ତେଶ ପଟ୍ଟନାୟକ ଓ ଏସ୍‌ପି ରାଜେଶ ପଣ୍ଡିତ ଘଟଣାସ୍ଥଳ ପରିଦର୍ଶନ କରି ପରିସ୍ଥିତି ଉପରେ ନଜର ରଖିଛନ୍ତି। ଏହାମଧ୍ୟରେ ଥାନାଧିକାରୀ ପ୍ରଜ୍ଞା ମହାନ୍ତିଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇ ତାଙ୍କ ସ୍ଥାନରେ ନାୟକାଣିଡିହୀ ଥାନାଧିକାରୀ ରତିକାନ୍ତ ଗିରିଙ୍କୁ ନିଯୁକ୍ତି ଦିଆଯାଇଛି। ଆଇଜି ପଟ୍ଟନାୟକ ଏବଂ ଏସ୍‌ପି ପଣ୍ଡିତ ଜିଲା ଚିକିତ୍ସାଳୟକୁ ଯାଇ ଆହତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏ ସମ୍ପର୍କରେ ଆଇଜିଙ୍କୁ ପଚାରିବାରୁ କହିଛନ୍ତି, ମୋ ସରକାର ଯୋଜନାରେ ଲୋକଙ୍କ ସହ ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର ପାଇଁ ପୋଲିସକୁ କୁହାଯାଇଛି। ଏହାସତ୍ତ୍ୱେ ପୋଲିସ ରୁକ୍ଷ ବ୍ୟବହାର କରିଥିଲେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ଥାନାଧିକାରୀଙ୍କୁ ତୁରନ୍ତ ବଦଳି କରାଗଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?