ପୁରୁଣା ଅଶ୍ୱତ୍ଥ ଗଛ ଉପୁଡ଼ି ଭଦ୍ରକ-ଆଖଣ୍ଡଳମଣି ମୁଖ୍ୟ ରାସ୍ତା ଅବରୋଧ

ଧାମନଗର ,୧୩।୧୧(ଡି.ଏନ.ଏ.)- ଭଦ୍ରକ କିଲା ଧାମନଗର ବ୍ଲକଦେଇ ଯାଇଥିବା ଭଦ୍ରକ- ଆଖଣ୍ଡଳମଣି ମୁଖ୍ୟ ରାସ୍ତାର ସୂର୍ଯ୍ୟପୁର ଛକରେ ଥିବା ଏକ ପୁରାତନ ବିରାଟ ଅଶ୍ୱତ୍ଥ ଗଛ ମଙ୍ଗଳବାର ଉପୁଡି ପଡିବାରୁ ରାସ୍ତା ଅବରୋଧ ହୋଇ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଏହି ଛକରେ ଦାରୁ ଗଛଟି ଶହ ଶହ ବର୍ଷ ଧରି ରାସ୍ତାକଡ଼କୁ ଲାଗି ରହିଥିଲା । ପୂର୍ବରୁ ପାଦରେ ଚାଲି ଚାଲି ଯାଉଥିବା ବାଟୋଇ ଓ ତୀର୍ଥଯାତ୍ରୀଙ୍କୁ ଖରା ସମୟରେ ଏହା ନିଜ ଛାଇରେ ଆଶ୍ରୟ ଦେଇ ଆସୁଥିଲା । ଗ୍ରାମବାସୀ ଗଛ ଚାରି ପାଖରେ ପକ୍କା ପିଣ୍ଡି କରି ବସାଉଠା କରୁଥିଲେ । ମଙ୍ଗଳବାର ହଠାତ ଗଛଟି ଉପୁଡି ମୁଖ୍ୟ ରାସ୍ତା ଉପରେ ପଡି ଯାଇଥିଲା। ତେବେ ରାସ୍ତାରେ ଏ ନେଇ କିଛି ଦୁର୍ଘଟଣା ଘଟି ନାହିଁ ା ରାସ୍ତା ଆର ପଟେ ଥିବା କେତେକ ଦୋକାନ କ୍ଷତିଗ୍ରସ୍ତ ହୋଇଛି । ଧୂଷୁରୀ ଥାନା ଆଇଆଇସି ପ୍ରଫୁଲ୍ଲ କୁମାର ସିଂ ରାସ୍ତା ସଫା କରିବା ପାଇଁ ଧାମନଗର ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ସେମାନେ ପହଞ୍ଚି ଗଛ କାଟି ରାସ୍ତାରୁ ହଟାଇଥିଲେ । ମଙ୍ଗଳବାର ରାହାସ ପୂର୍ଣ୍ଣିମା ପାଇଁ ଆଖଣ୍ଡଳମଣିଙ୍କ ପୀଠକୁ ଭକ୍ତଙ୍କୁ ନେଇ ଯାତାୟାତ କରୁଥିବା ଶତାଧିକ ଗାଡ଼ିମୋଟର ସେଠାରେ ଅଟକି ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri