ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ

ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ ଅଭିନବ ଶୈଳୀରେ ଦାବି ଉପସ୍ଥାପନ କରାଯାଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରୁ ଏହି ଅଭିଯାନର ସଭ୍ୟାସଭ୍ୟବୃନ୍ଦ ଡାକ୍ତରଖାନା ପରିସରରେ ହାତରେ ଝାଡୁ ଧରି ସମବେତ ହୋଇଥିଲେ। ଏହାପରେ ସେମାନେ ଡାକ୍ତରଖାନା ସଫେଇ କରିଥିଲେ। ଆସନ୍ତା ୧୫ଦିନ ଧରି ଏଠାରେ ଏଭଳି ସଫେଇ କାର୍ଯ୍ୟ ଜାରି ରଖି ମାର୍ଚ୍ଚ ୮ତାରିଖ ଆନ୍ତର୍ଜାତିକ ମହିଳା ଦିବସରେ ଜିଲାପାଳ ଅଫିସ ଆଗରେ ଏକ ବିଶାଳ ମହିଳା ସମାବେଶର ଦାବି ଉପସ୍ଥାପନ କରାଯିବ ବୋଲି ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନ ନିଷ୍ପତ୍ତି ନେଇଛି।
ସୂଚନାଯୋଗ୍ୟ, କିଛିଦିନ ଧରି ସନ୍ଧ୍ୟାରେ ଏହି ଅଭିଯାନ ପକ୍ଷରୁ ମହମବତି ଶୋଭାଯାତ୍ରା ମାଧ୍ୟମରେ ଉପରୋକ୍ତ ଦାବି ଉପସ୍ଥାପନ କରାଯାଉଥିଲା। ତେବେ ଗୁରୁବାର ଏହି ଡାକ୍ତରଖାନାକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ମାନ୍ୟତା ପ୍ରଦାନ ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନ ମହମବତି ଶୋଭାଯାତ୍ରା ବଦଳରେ ଡାକ୍ତରଖାନା ସଫେଇ କରି ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି ଉପସ୍ଥାପନ କରୁଛି। ଏଥିରେ ଚାଷୀନେତା ଲିଙ୍ଗରାଜଙ୍କ ସମେତ ପବିତ୍ର ଦେହୁରୀ, ଭବାନୀ ପ୍ରସାଦ ସାହୁ, ଅସିତ ସାହୁ, ଅମିତାଭ ପାତ୍ର, ରମେଶ ପତିଙ୍କ ସମେତ ବହୁସଂଖ୍ୟକ ମହିଳା ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri