Posted inଜାତୀୟ

ପୁରୁଣା ଟିମ୍‌ ସହ ସରକାର ଚଳାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି (ଏଏପି) ବିଜୟ ଲାଭ କରିଛି। ଏହି ବିଜୟ ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ହ୍ୟାଟ୍ରିକ କରିଛନ୍ତି। ଇତିମଧ୍ୟରେ କେଜରିଓ୍ବାଲ ଫେବୃୟାରୀ ୧୬ରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାମଲୀଳା ମଇଦାନରେ ତୃତୀୟ ଥର ଲାଗି ଶପଥ ଗ୍ରହଣ କରିବେ। ବୁଧବାର ଉପରାଜ୍ୟପାଳଙ୍କୁ ଭେଟିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ କେଜରିଓ୍ବାଲ ନିଜର ପୁରୁଣା କ୍ୟାବିନେଟ ମନ୍ତ୍ରୀଙ୍କ ସହ ସରକାର ଗଠନ କରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ପୂର୍ବସରକାରରେ ଥିବା ମନ୍ତ୍ରୀମାନଙ୍କୁ ନେଇ ପୁଣି ଥରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି କେଜରିଓ୍ବାଲ। କାରଣ ଏହି ମନ୍ତ୍ରୀମାନଙ୍କ କାର୍ଯ୍ୟ ପାଇଁ ସେ ପୁଣି ଜନତାଙ୍କ ହୃଦୟ ଜିତିପାରିଛନ୍ତି ବୋଲି କେଜରିଓ୍ବାଲ କହିଛନ୍ତି। ତେବେ କେଜରିଓ୍ବାଲଙ୍କ ଏହି ମନ୍ତ୍ରିମଣ୍ଡଳରେ ମନୀଷ ସିସୋଡିଆ, ସତେନ୍ଦ୍ର ଜୈନ, ଗୋପାଲ ରାୟ, କୈଳାଶ ଗେହଲଟ ଓ ରାଜେନ୍ଦ୍ର ପାଲ ଗତମ ସାମିଲ ହୋଇପାରନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri