Posted inଖେଳ

ପୁରୁଣା ଦଳକୁ ଛେଚିଲେ ମ୍ୟାକ୍ସଓ୍ବେଲ

ଶାରଜା,୩।୧୦: ଚଳିତ ଆଇପିଏଲ ସିଜନରେ ଶାରଜା ଗ୍ରାଉଣ୍ଡରେ ଅନ୍ୟ ଦଳମାନେ ୧୪୦ ରନ୍‌ ପାରୁ ନ ଥିବା ବେଳେ କିଙ୍ଗ୍ସ ପଞ୍ଜାବ ବିପକ୍ଷ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଧାର୍ଯ୍ୟ ୨୦ ଓଭରରେ ୭ ଉଇକେଟ ହରାଇ ୧୬୪ ରନ୍‌ କରିଛି। ଗ୍ଲେନ ମ୍ୟାକ୍ସଓ୍ବେଲ ଯୋଗୁ ଏହା ସମ୍ଭବ ହୋଇପାରିଛି। ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ମ୍ୟାକ୍ସଓ୍ବେଲ ତାଙ୍କ ପୁରୁଣା ଦଳ ବିପକ୍ଷରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ସେ ମାତ୍ର ୩୩ ବଲରେ ୩ ଚୌକା ଓ ୪ ଛକା ବଳରେ ୫୭ ରନ୍‌ର କରିଥିଲେ। ଏହା ଥିଲା ଚଳିତ ସିଜନରେ ମ୍ୟାକ୍ସଓ୍ବେଲଙ୍କ ୫ମ ଅର୍ଦ୍ଧଶତକ।

ମ୍ୟକ୍ସଓ୍ବେଲଙ୍କ ବ୍ୟତୀତ ଅଧିନାୟକ ବିରାଟ କୋହଲି ୨୫ (୨ ଚୌକା ଓ ୧ ଛକା), ଦେବଦତ୍ତ ପାଡିକଲ ୪୦ (୪ ଚୌକା ଓ ୨ ଛକା), ଏବି ଡି’ଭିଲୟର୍ସ ୨୩ ( ୧ ଚୌକା ଓ ୨ ଛକା) ରନ୍‌ କରିଥିଲେ। ପଞ୍ଜାବ ପାଇଁ ଅନ୍ତିମ ଓଭରରେ ମହମ୍ମଦ ଶାମି ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri