Posted inରାଜ୍ୟ

ପୁରୁଣା ଦିନର ସ୍ମୃତି ମନାପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୧୯ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ପ୍ରମୋଦ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଗୁରୁବନ୍ଦନା କାରାଯିବା ପରେ ପ୍ରତିଭା ପୂଜା ସ୍ବରୂପ ପୁରାତନ ଶିକ୍ଷକ ପ୍ରଫୁଲ୍ଲ କୁମାର ପଣ୍ଡା, ସୁବାସ ଚନ୍ଦ୍ର ସାହୁ, ଅଚ୍ୟୁତାନନ୍ଦ ମିଶ୍ର, ପ୍ରଫୁଲ ରାଏ, ସେକ୍‌ ମୁସ୍ତାକ ଅଲ୍ଲି, ପ୍ରଫଲ୍ଲ ଚନ୍ଦ୍ର ମିଶ୍ର, ମଧୁସୂଦନ ଧଳଙ୍କୁ ଅଙ୍ଗବସ୍ତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇଥିଲା। ପୂର୍ବତନ ଛାତ୍ର ପ୍ରତାପ କୁମାର ପରିଡା ସ୍ବାଗତ ଭାଷଣ ଦେଇଥିଲେ। ରମାକାନ୍ତ ବିନ୍ଧାଣୀ ଅତିଥି ପରିଚୟ ପ୍ରଦାନ, ବଳରାମ ସାହୁ ବାର୍ଷିକ ବିବରଣୀ ଏବଂ ସୁଶୀଳ କୁମାର ଧଳ ସଭା ପରିଚଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରାତନ ଛାତ୍ରୀଛାତ୍ର ସୁଭଦ୍ରା ନାୟକ, ପ୍ରବୀର କୁମାର ବେହେରା, ପ୍ରମିଳା ବିଶ୍ୱାଳ, ରୁଦ୍ରଚରଣ ବେହୁରିଆ, ପ୍ରମିଳା ନାୟକ, ପ୍ରଭାସ ମହାନ୍ତି, କୌସର ଅଲ୍ଲୀ, ପ୍ରଦୀପ କୁମାର ନାୟକ, ସକିଲଆଲ୍ଲି ଖାନ ପ୍ରମୁଖ ଯୋଗଦେଇ ପୁରୁଣା ଦିନର ସ୍ମୃତିଚାରଣ କରିଥିଲେ। ଶେଷର ଜ୍ୟୋତିପ୍ରକାଶ ମାହୁତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri