ପୁରୁଷଙ୍କ ଭଳି ମହିଳାଙ୍କୁ ସମାନ ଅଧିକାର ମିଳିଛି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ସମଗ୍ର ବିଶ୍ୱରେ ମାନବିକ ଅଧିକାରର ସୁରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଛି। ଆଜି ପୁରୁଷମାନଙ୍କ ଭଳି ମହିଳାଙ୍କୁ ମଧ୍ୟ ସମାନ ଅଧିକାର ମିଳିପାରିଛି। ମାନବିକ ଅଧିକାର କର୍ମୀମାନେ ଏ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମଙ୍ଗଳବାର ରାଜ୍ୟ ମାନବାଧିକାର ଆୟୋଗ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଭବନରେ ବିଶ୍ୱ ମାନବାଧିକାର ଦିବସ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଲେ, ମୋ ସରକାର ମହିଳା, ଶିଶୁ ଓ ଜନସାଧାରଣଙ୍କ ସୁରକ୍ଷା, ଅଧିକାର ଏବଂ ସମ୍ମାନ ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ସଚେତନତାଠାରୁ ଆରମ୍ଭ କରି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ସେ କହିଥିଲେ।
ସୁପ୍ରିମକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଗୋପାଳବଲ୍ଲଭ ପଟ୍ଟନାୟକ ଅନ୍ୟତମ ଅତିଥି ଭାବେ ଯୋଗଦେଇ ପ୍ରତ୍ୟେକ ନାଗରିକଙ୍କ ସମସ୍ତ ପ୍ରକାର ଅଧିକାରର ସୁରକ୍ଷା ସମାଜର ମୁଖ୍ୟ ଦାୟିତ୍ୱ ବୋଲି କହିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଆଇନ ଓ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଲେ, ମାନବିକ ଅଧିକାର ଆୟୋଗ ଦୀର୍ଘ ୧୬ବର୍ଷ ଧରି ରହିଥିବା ଆଇନର ପ୍ରୟୋଗ ଓ ଅଧିକାର ପ୍ରଦାନରେ ନିରପେକ୍ଷତା ଜାରି ରଖିଛି। ରାଜ୍ୟରେ ଜନସାଧାରଣଙ୍କ ସ୍ବାଧୀନ ମୌଳିକ ଅଧିକାର ଓ ସୁରକ୍ଷା ପ୍ରଦାନ କ୍ଷେତ୍ରରେ ଦୃଷ୍ଟାନ୍ତମୂଳକ ବିକାଶ ଘଟିଛି। ଓଡିଶା ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ବିମଳ ପ୍ରସାଦ ଦାସ ସରକାରଙ୍କ ୫-ଟି ଯୋଜନା ମାଧ୍ୟମରେ ନାଗରିକଙ୍କ ଅଧିକାର ପ୍ରକୃତରେ ସୁରକ୍ଷିତ ହୋଇପାରିବ ବୋଲି ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଓଏଚ୍‌ଆର୍‌ସିର ପୂର୍ବତନ କାର୍ଯ୍ୟକାରୀ ଅଧ୍ୟକ୍ଷ ସୁଧାଂଶୁ ମୋହନ ପଟ୍ଟନାୟକ, ଆର୍‌. ଏନ୍‌. ବହିଦାର, ଜଷ୍ଟିସ ବୀର କିଶୋର ମିଶ୍ର ଓ ପୂର୍ବତନ ପ୍ରଶାସକ ତଥା ଆୟୋଗ ସଦସ୍ୟ ବିଜୟ କୁମାର ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଓଏଚ୍‌ଆର୍‌ସି ସଦସ୍ୟ ଜଷ୍ଟିସ ଅସୀମ ଅମିତାଭ ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ ଅନ୍ୟତମ ସଦସ୍ୟ ଜଷ୍ଟିସ ରଘୁବୀର ଦାସ, ସୂଚନା ଲୋକସମ୍ପର୍କ ବିଭାଗ କମିଶନର ତଥା ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ମାନବାଧିକାର ଆୟୋଗ ସଚିବ ସୁନୀଲ କୁମାର ନାୟକ, ଅତିରିକ୍ତ ଡିଜି ବିନୟାନନ୍ଦ ଝା, ରେଜିଷ୍ଟ୍ରାର ଶେଖ୍‌ ମହମ୍ମଦ କ୍ୟୁସି, ଯୁଗ୍ମ ସଚିବ ଜ୍ୟୋତି ଏମ. ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri