ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଛତ୍ରପୁର,୨୮ା୧୧(ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ବିରୋଧରେ ଗୁରୁବାର ଅନାସ୍ଥା ପ୍ରସ୍ତାବ ଆସିଛି ା ବ୍ଲକର ୪୭ ସରପଞ୍ଚ ଓ ସମିତିସଭ୍ୟ ଗୁରୁବାର ଛତ୍ରପୁର ଆସି ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ସମ୍ବନ୍ଧୀୟ ଆବେଦନ କରିଛନ୍ତି। ଅଧ୍ୟକ୍ଷ କୌଣସି କଥାକୁ ଗୁରୁତ୍ୱ ଦେଉ ନ ଥିବା ଏବଂ ବ୍ଲକରେ ଉନ୍ନୟନ କାର୍ଯ୍ୟ ହେଉ ନ ଥିବା ନେଇ ସରପଞ୍ଚ ଓ ସମିତିସଭ୍ୟମାନେ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ନେଇ ଆଇନ୍‌ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ଉପଜିଲାପାଳ କହିଛନ୍ତି। ସୂଚନାଯୋଗ୍ୟ, ଅକ୍ଟୋବର ୨୫ ତାରିଖରେ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କ ଇସ୍ତଫା ପତ୍ର ଜିଲାପାଳଙ୍କୁ ପ୍ରଦାନ କରିଥିଲେ ା ଇସ୍ତଫାପତ୍ରକୁ ଜିଲାପାଳ ଗୃହୀତ କରି ନ ଥିଲେ ା ପରେ ନଭେମ୍ବର ୨୫ ତାରିଖରେ ବିଡିଓଙ୍କଠାରୁ ଇସ୍ତଫା ପତ୍ର ଫେରାଇ ଆଣି ଅଧ୍ୟକ୍ଷ ଆସନରେ ବସି ଫାଇଲପତ୍ର ଦସ୍ତଖତ ଆରମ୍ଭ କରିଥିଲେ ା ଏହାପରେ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri