Posted inଖେଳ

ପୁରୁଷ ଦିନିକିଆରେ ଲକ୍ଷ୍ମୀ ପ୍ରଥମ ମହିଳା ରେଫରି

ଦୁବାଇ,୬।୧୨(ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ଜି.ଏସ୍‌. ଲକ୍ଷ୍ମୀ ପ୍ରଥମ ମହିଳା ରେଫରି ଭାବେ କୌଣସି ପୁରୁଷ ଦିନିକିଆ ମ୍ୟାଚ୍‌ ଦାୟିତ୍ୱରେ ରହିବେ। ୟୁନାଇଟେଡ୍‌ ଆରବ ଏମିରେଟ୍ସରେ ରବିବାର ଆରମ୍ଭ ହେବାକୁ ଥିବା ଓ୍ବାଲର୍‌ହ କପ୍‌ ଲିଗ୍‌ ୨ର ତୃତୀୟ ସିରିଜର ଉଦ୍‌ଘାଟନୀ ମ୍ୟାଚ୍‌ରେ ସେ ରେଫରି ଦାୟିତ୍ୱ ତୁଲାଇବେ। ଏହି ମ୍ୟାଚ୍‌ରେ ୟୁନାଇଟେଡ ଆରବ ଏମିରେଟ୍ସ ଓ ଆମେରିକାର ପରସ୍ପରକୁ ଭେଟିବେ। ଚଳିତ ବର୍ଷ ଲକ୍ଷ୍ମୀ ଦ୍ୱିତୀୟଥର ପାଇଁ ଏଭଳି ବଡ଼ ଧରଣର ସଫଳତା ହାସଲ କରିଛନ୍ତି। ଗତ ମେ’ ମାସରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)
ଇଣ୍ଟରନ୍ୟାସନାଲ ପ୍ୟାନେଲ ଅଫ୍‌ ମ୍ୟାଚ୍‌ ରେଫରିରେ ସେ ନିଯୁକ୍ତି ପାଇ ବଡ଼
ଧରଣର ସଫଳତା ହାସଲ କରିଥିଲେ। ପୂର୍ବରୁ ୫୧ ବର୍ଷୀୟା ଲକ୍ଷ୍ମୀ ୨୦୦୮-୦୯ରେ ଘରୋଇ ମହିଳା କ୍ରିକେଟରେ ମ୍ୟାଚ୍‌ ପରିଚାଳନା କରିବାର ସୁଯୋଗ ହାସଲ କରିଥିଲେ। ଏପର୍ଯ୍ୟନ୍ତ ସେ ୩ଟି ମହିଳା ଦିନିକିଆ ମ୍ୟାଚ୍‌, ୧୬ଟି ପୁରୁଷ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଓ ୭ଟି ମହିଳା ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ରେଫରି ଭାବେ ପରିଚାଳନା କରିଛନ୍ତି। କୌଣସି ଆଇସିସି ଇଭେଣ୍ଟରେ ମ୍ୟାଚ୍‌ ପରିଚାଳନା କରିବାର ସୁଯୋଗ ମିଳିଥିବାରୁ ଲକ୍ଷ୍ମୀ ଖୁସି ଜାହିର କରିଛନ୍ତି। ଆଇସିସି ସିନିୟର ମ୍ୟାନେଜର ତଥା ଅମ୍ପାୟର ଓ ରେଫରି ଆଡ୍ରିଆନ୍‌ ଗ୍ରିଫି ଲକ୍ଷ୍ମୀଙ୍କୁ ଏଥିପାଇଁ ଅଭିନନ୍ଦନ ଜଣାଇଛନ୍ତି। ଲକ୍ଷ୍ମୀ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri