Posted inଫୁରସତ

ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ପ୍ରାୟ ୬ ମାସ ସମୟ ନିଅନ୍ତି ଯୁବତୀ

ବିବାହ ଜୀବନର ଏକ ନୂଆ ଅଧ୍ୟାୟ ବୋଲି କୁହାଯାଏ। ତେବେ ଯେଉଁ ଯୁବତୀଙ୍କର ବୟଫ୍ରେଣ୍ଡ ବା ପୁରୁଷ ବନ୍ଧୁ ଥାଆନ୍ତି ଓ ସେମାନେ ତାଙ୍କୁ ବିବାହ କରିବାକୁ ଚାହାଁନ୍ତି ସେଥିପାଇଁ ଯୁବତୀମାନେ ବେଶ୍‌ କିଛି ସମୟ ଚିନ୍ତା କରନ୍ତି ବୋଲି ଗବେଷକମାନେ କହିଛନ୍ତି। ନିକଟରେ ସିକାଗୋ ବିଶ୍ୱବିଦ୍ୟାଳୟରେ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ଗବେଷକଙ୍କ ମତରେ ଯେଉଁମାନେ ସିଙ୍ଗଲ ଥାଆନ୍ତି ସେମାନେ ୨୧୦ ଦିନ ସମୟ ନେଇ ଭାବନ୍ତି ବୟଫ୍ରେଣ୍ଡକୁ ବିବାହ କରିବେ ନା ନାହିଁ। କିନ୍ତୁ ଯେଉଁମାନେ ରିଲେସନଶିପରେ ଥାଆନ୍ତି ସେମାନେ ବିବାହ କରିବାକୁ ଅତିକମ୍‌ରେ ୧୭୨ ଦିନ ଅବା ପ୍ରାଖାପାଖି ୬ ମାସ ସମୟ ନିଅନ୍ତି ବୋଲି ଗବେଷଣାରେ ଉଲ୍ଲେଖ କରାଯାଇଛି। ଗବେଷକଙ୍କ କହିବା କଥା ହେଲା, ପ୍ରେମରେ ପଡିଲେ ପ୍ରଥମ ୩ ମାସ ହନିମୁନ ଭଳି ଲାଗେ। ଏଥିରେ ପରସ୍ପର କଥାରେ କିଛି ଅଡୁଆ ଲାଗି ନ ଥାଏ। କିନ୍ତୁ ୩ ମାସ ପରେ ଧିରେ ଧିରେ ଜଣେ ବ୍ୟକ୍ତିଙ୍କ ଅସଲ ଗୁଣ ଗୁଡିକ ଜଣା ପଡିଥାଏ। ଅର୍ଥାତ୍‌ ତାଙ୍କୁ କ’ଣ ପସନ୍ଦ କଣ ପସନ୍ଦ ନୁହେଁ ଇତ୍ୟାଦି। ତେଣୁ ଏହାପରେ ହିଁ ଜଣେ ଯୁବତୀ ତାଙ୍କ ବୟଫ୍ରେଣ୍ଡକୁ ବିବାହ କରିବାକୁ ସ୍ଥିର କରିଥାଆନ୍ତି। ଆହୁରି ମଧ୍ୟ ଯଦି ପ୍ରଥମରୁ ବିବାହ ପାଇଁ ହଁ ଭରି ଦିଅନ୍ତି ଏହାକୁ କାର୍ଯ୍ୟକାରୀ କରିବାକୁ ମଧ୍ୟ ପାଖାପାଖି ୧୭୨ ଦିନ ସମୟ ଲାଗେ ବୋଲି ଗବେଷକମାନେ କହିଛନ୍ତି। ଯଦି ପ୍ରଥମରୁ କେହି ବୟଫ୍ରେଣ୍ଡକୁ ବିବାହ କରନ୍ତି ତେବେ ଅଧିକାଂଶ କ୍ଷେତ୍ରରେ ଏହି ସମ୍ପର୍କ ଦୀର୍ଘସ୍ଥାୟୀ ହୋଇ ନ ଥାଏ ବୋଲି ଗବେଷଣାରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri