Posted inଜାତୀୟ

ପୁଲଓ୍ବାମାରେ ପୁଣି ଆଇଇଡି ବିସ୍ଫୋରଣ ପାଇଁ ଆତଙ୍କବାଦୀଙ୍କ ଯୋଜନା: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୬।୭: ପୁଲଓ୍ବାମାରେ ପୁଣି ଥରେ ବିସ୍ଫୋରଣ ପାଇଁ ଆତଙ୍କବାଦୀ ଯୋଜନା କରିଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ପୁଲଓ୍ବାମାରେ ଆଇଇଡି ବିସ୍ଫୋରଣ ତଥା ସ୍ନାଇପରଙ୍କ ସହାୟତାରେ ଆକ୍ରମଣ କରାଯିବା ଲାଗି ଯୋଜନା କରାଯାଇଥିବା ରିପୋର୍ଟରେ କୁହାଯାଇଛି। ଜୁଲାଇ ୮ରେ ଆତଙ୍କବାଦୀ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ଅବସରରେ ଆତଙ୍କବାଦୀ ସଂଗଠନ ପ୍ରତିଶୋଧ ନେବାର ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ଏଥିପାଇଁ ପାକିସ୍ତାନରୁ ଲୁଚିଛପି ଭାରତ ଆସିଥିବା ୬ରୁ ୮ ଆତଙ୍କବାଦୀ ଦଳ ଏଭଳି ଯୋଜନା କରିଛନ୍ତି। କଶ୍ମୀରରେ ସେମାନେ ନିଜ ନାମ ପରିବର୍ତ୍ତନ କରି ଲୁଚି ରହୁଥିବା ଗୋଇନ୍ଦା ବିଭାଗ କହିଛି। ଦଳରେ ଜଣେ ସ୍ନାଇପର ଏକ୍ସପର୍ଟ ରହିଥିବା କୁହାଯାଉଛି। ସୂଚନାଯୋଗ୍ୟ, ୨୦୧୬ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ବୁରହାନ୍‌ ଓ୍ବାନୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri