Posted inଜାତୀୟ

ପୁଲଓ୍ବାମା ଭଳି ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ: ଜବତ ଅସ୍ତ୍ରଶସ୍ତ୍ର ଉଡାଇ ପାରିଥାଆନ୍ତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି

ଶ୍ରୀନଗର,୧।୨: ଜମ୍ମୁର ଗନରୋଟା ଅଞ୍ଚଳରେ ଜୈଶ-ଇ-ମହମ୍ମଦର ମୃତ ୩ ଆତଙ୍କବାଦୀ ବଡ ଧରଣର ଆକ୍ରମଣ ଯୋଜନାରେ ଥିବା ଜଣାପଡିଛି। ଏଥିପାଇଁ ସେମାନେ ନଗରୋଟା ହାଇଓ୍ବେର ସ୍ଥାନେ ସ୍ଥାନେ ଆଇଇଡି ଲଗାଇଥିଲେ। ଏବେ ଜାଣିବାକୁ ମିଳିଛି କି ଜବତ ହୋଇଥିବା ଆଇଇଡି ଗୁଡିକ ଏତେ ଶକ୍ତିଶାଳୀ ଥିଲା ଯେ ଏହା ବୁଲେଟ୍‌ ପ୍ରୁଫ୍‌ ଗାଡିକୁ ମଧ୍ୟ ଉଡାଇ ଦେଇପାରି ଥାଆନ୍ତା। ସୁରକ୍ଷାକର୍ମୀ ଓ ପୋଲିସର ସହଯୋଗରେ ମୃତ ଆତଙ୍କବାଦୀଙ୍କ ୩ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଏମାନେ ସମସ୍ତେ ଜୈଶର ଓଭର ଗ୍ରାଉଣ୍ଡ ଓ୍ବାର୍କର ଭାବେ କାମ କରୁଥିଲେ। ସୂଚନାଯୋଗ୍ୟ, ନଗରୋଟା ଅଞ୍ଚଳରେ ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏମାନଙ୍କ ନିକଟରୁ ଏକେ-୪୭, ଆମେରିକାନ ଏମ୍‌-୪ କାର୍ବାଇନ ରାଇଫଲ, ସ୍ନିପିଙ୍ଗ ରାଇଫଲ, ପିସ୍ତଲ, ହାତ ତିଆରି ବୋମା ଓ ହଜାର ହଜାର ଗୁଳି ଜବତ କରାଯାଇଛି। ଏହାସହ କୁମ୍ୟନିକେଶନ ଡିଭାଇସ ମଧ୍ୟ ଜବତ କରାଯାଇଛି। ପୋଲିସର ସୂଚନା ଅନୁଯାୟୀ ପ୍ରଥମଥର ଲାଗି ଜୈଶ ଆତଙ୍କବାଦୀଙ୍କ ନିକଟରୁ ଏତେ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri