Posted inଜାତୀୟ

ପୁଲ୍‌ଓ୍ବାମା ଆକ୍ରମଣର ଅନ୍‌ଲାଇନ୍‌ ଲିଙ୍କ୍‌: ବ୍ୟବହୃତ ବିସ୍ଫୋରକ ଆମାଜନରୁ ହୋଇଥିଲା କିଣା !

ଶ୍ରୀନଗର,୭।୩: ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ଇତିମଧ୍ୟରେ ବର୍ଷେ ବତିଛି। ଏହି ଆକ୍ରମଣରେ ବ୍ୟବହୃତ ହୋଇଥିବା ବିସ୍ଫୋରକ ଅନ୍‌ଲାଇନ୍‌ରେ ଆମାଜନରୁ କିଣାଯାଇଥିଲା। ଏହି ମାମଲାରେ ଏନ୍‌ଆଇଏ ପକ୍ଷରୁ ଓ୍ବାଇଜ୍‌ ଅଲ୍‌ ଇସଲାମ୍‌ ଏବଂ ମହମ୍ମଦ ଅବାସ ରାଥଡ଼େଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ନିର୍ଦ୍ଦେଶରେ ଆକ୍ରମଣରେ ବ୍ୟବହୃତ ବିସ୍ଫୋରକ ଅନ୍‌ଲାଇନ୍‌ରେ ଅର୍ଡର କରାଯାଇଥିବା ଓ୍ବାଇଜ୍‌ ପଚରାଉଚରା ସମୟରେ କହିଛନ୍ତି। ଅବାସ ଦୀର୍ଘ ଦିନ ଧରି ଜୈଶ୍‌ ସଂଗଠନ ସହିତ କାମ କରୁଥିବାବେଳେ ଆଇଇଡିି ବିଶେଷଜ୍ଞ ଆତଙ୍କବାଦୀ ମହମ୍ମଦ ଉମାରଙ୍କୁ ଘରେ ଆଶ୍ରୟ ଦେଇଥିବା ପ୍ରକାଶ କରିଛନ୍ତି। ଓ୍ବାଇଜ୍‌ ଶ୍ରୀନଗରରେ ବାସ କରୁଥିବାବେଳେ ଅବାସ ପୁଲ୍‌ଓ୍ବାମାର ହାକିରିପୋରାର ବାସିନ୍ଦା। ଏନେଇ ଆମାଜନ ପ୍ରବକ୍ତା କହିଛନ୍ତି ଯେ, କମ୍ପାନୀର ଭାରତୀୟ ଆଇନ ଅନୁସାରେ କାରବାର କରିଥାଏ। କ୍ରେତାଙ୍କ ସୂଚନା କମ୍ପାନୀ ନିଜ ପାଖରେ ସଂରକ୍ଷିତ ରଖେ। ଆବଶ୍ୟକ ପଡ଼ିଲେ ତଦନ୍ତ କାର୍ଯ୍ୟରେ କମ୍ପାନୀ ସହଯୋଗ କରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri