Posted inଜାତୀୟ

ପୁଲ୍‌ଓ୍ବାମା ଆକ୍ରମଣର ଅନ୍‌ଲାଇନ୍‌ ଲିଙ୍କ୍‌: ବ୍ୟବହୃତ ବିସ୍ଫୋରକ ଆମାଜନରୁ ହୋଇଥିଲା କିଣା !

ଶ୍ରୀନଗର,୭।୩: ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ଇତିମଧ୍ୟରେ ବର୍ଷେ ବତିଛି। ଏହି ଆକ୍ରମଣରେ ବ୍ୟବହୃତ ହୋଇଥିବା ବିସ୍ଫୋରକ ଅନ୍‌ଲାଇନ୍‌ରେ ଆମାଜନରୁ କିଣାଯାଇଥିଲା। ଏହି ମାମଲାରେ ଏନ୍‌ଆଇଏ ପକ୍ଷରୁ ଓ୍ବାଇଜ୍‌ ଅଲ୍‌ ଇସଲାମ୍‌ ଏବଂ ମହମ୍ମଦ ଅବାସ ରାଥଡ଼େଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ନିର୍ଦ୍ଦେଶରେ ଆକ୍ରମଣରେ ବ୍ୟବହୃତ ବିସ୍ଫୋରକ ଅନ୍‌ଲାଇନ୍‌ରେ ଅର୍ଡର କରାଯାଇଥିବା ଓ୍ବାଇଜ୍‌ ପଚରାଉଚରା ସମୟରେ କହିଛନ୍ତି। ଅବାସ ଦୀର୍ଘ ଦିନ ଧରି ଜୈଶ୍‌ ସଂଗଠନ ସହିତ କାମ କରୁଥିବାବେଳେ ଆଇଇଡିି ବିଶେଷଜ୍ଞ ଆତଙ୍କବାଦୀ ମହମ୍ମଦ ଉମାରଙ୍କୁ ଘରେ ଆଶ୍ରୟ ଦେଇଥିବା ପ୍ରକାଶ କରିଛନ୍ତି। ଓ୍ବାଇଜ୍‌ ଶ୍ରୀନଗରରେ ବାସ କରୁଥିବାବେଳେ ଅବାସ ପୁଲ୍‌ଓ୍ବାମାର ହାକିରିପୋରାର ବାସିନ୍ଦା। ଏନେଇ ଆମାଜନ ପ୍ରବକ୍ତା କହିଛନ୍ତି ଯେ, କମ୍ପାନୀର ଭାରତୀୟ ଆଇନ ଅନୁସାରେ କାରବାର କରିଥାଏ। କ୍ରେତାଙ୍କ ସୂଚନା କମ୍ପାନୀ ନିଜ ପାଖରେ ସଂରକ୍ଷିତ ରଖେ। ଆବଶ୍ୟକ ପଡ଼ିଲେ ତଦନ୍ତ କାର୍ଯ୍ୟରେ କମ୍ପାନୀ ସହଯୋଗ କରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri