ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ)
ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ, ବିଜ୍ଞାନ, ସାହିତ୍ୟ, ସଙ୍ଗୀତ ଓ କାରିଗରିର ଗନ୍ତାଘର ହେଉଛି ପୁସ୍ତକ। ଏହା ବିନା ମାନବ ସମାଜର ବିକାଶ ଅସମ୍ଭବ। ମାନବସମାଜ ଥିବା ପର୍ଯ୍ୟନ୍ତ ବହି ହିଁ ରହିଥିବ। ତେଣୁ ପୁସ୍ତକ ପ୍ରତି ସମସ୍ତଙ୍କର ଆଗ୍ରହ ରହିବା ଉଚିତ ବୋଲି ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ରେ ମତପ୍ରକାଶ ପାଇଛି।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ପୁସ୍ତକ ମହୋତ୍ସବର ଶନିବାର ଥିଲା ଦ୍ୱିତୀୟ ଦିବସ। ସନ୍ଧ୍ୟାରେ ପୁସ୍ତକମେଳା ମୁଖ୍ୟ ମଞ୍ଚରେ ସାରସ୍ବତ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତାଭାବେ ବିଶିଷ୍ଟ ସିଂହଳୀ ଲେଖକ ପ୍ରଫେସର ଦୟା ଦିଶାନାଏକେ, ସମ୍ମାନିତ ଅତିଥି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ବିଷ୍ଣୁପଦ ସେଠୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହରିହର ମିଶ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଏକାମ୍ର ପୁସ୍ତକ ମହୋତ୍ସବ କମିଟି ସମ୍ପାଦକ ଭାସ୍କର ଜେନା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ।
ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଇଂଲିଶ ଉପନ୍ୟାସ ‘ଟି ପାର୍ଟି’ର ଓଡ଼ିଆ ଅନୁବାଦ ‘ଚା ଭୋଜି’ ଉନ୍ମୋଚିତ ହୋଇଥିଲା। ଏହା ଅନୁବାଦ କରିଛନ୍ତି ଡ. ଶକୁନ୍ତଳା ବଳିଆରସିଂ। ସେହିପରି ଦୟା ଦିଶାନାଏକେଙ୍କ ଲିଖିତ ଓ ପକ୍ଷୀଘର ପ୍ରକାଶନୀ ପକ୍ଷରୁ ପ୍ରକାଶିତ ‘ହୁ ୱାଜ୍‌ ଅଶୋକା’, ସଚ୍ଚିନ୍ଦାନଦ ମିଶ୍ରଙ୍କ ସମ୍ପାଦିତ ‘ବିଚିତ୍ର ରାମାୟଣ’, ‘ସମକାଳ କାବ୍ୟ ତ୍ବ’, ପ୍ରଫେସର ଅରୁଣ ଚନ୍ଦ୍ର ସାହୁଙ୍କ ବୈଜ୍ଞାନିକ ଉପନ୍ୟାସ ‘ମଙ୍ଗଳପଥେ’ ସମେତ ୧୧ ପୁସ୍ତକ ଉନ୍ମୋଚିତ ହୋଇଥିଲା। ସୂଚନା ଅଧିକାରୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବହୁ ସାହିତି୍ୟକ, ଲେଖକ ଓ କବି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁସ୍ତକ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ଏଠାରେ ୫୦୦ ଷ୍ଟଲରେ ପାଠକଙ୍କ ରୁଚିକୁ ନେଇ ପୁସ୍ତକ ଉପଲବ୍ଧ ରହିଛି। ମେଳା ପରିସର ମୁଖ୍ୟ ମଞ୍ଚରେ ପ୍ରତି ସନ୍ଧ୍ୟାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri