ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ)
ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ, ବିଜ୍ଞାନ, ସାହିତ୍ୟ, ସଙ୍ଗୀତ ଓ କାରିଗରିର ଗନ୍ତାଘର ହେଉଛି ପୁସ୍ତକ। ଏହା ବିନା ମାନବ ସମାଜର ବିକାଶ ଅସମ୍ଭବ। ମାନବସମାଜ ଥିବା ପର୍ଯ୍ୟନ୍ତ ବହି ହିଁ ରହିଥିବ। ତେଣୁ ପୁସ୍ତକ ପ୍ରତି ସମସ୍ତଙ୍କର ଆଗ୍ରହ ରହିବା ଉଚିତ ବୋଲି ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ରେ ମତପ୍ରକାଶ ପାଇଛି।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ପୁସ୍ତକ ମହୋତ୍ସବର ଶନିବାର ଥିଲା ଦ୍ୱିତୀୟ ଦିବସ। ସନ୍ଧ୍ୟାରେ ପୁସ୍ତକମେଳା ମୁଖ୍ୟ ମଞ୍ଚରେ ସାରସ୍ବତ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତାଭାବେ ବିଶିଷ୍ଟ ସିଂହଳୀ ଲେଖକ ପ୍ରଫେସର ଦୟା ଦିଶାନାଏକେ, ସମ୍ମାନିତ ଅତିଥି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ବିଷ୍ଣୁପଦ ସେଠୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହରିହର ମିଶ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଏକାମ୍ର ପୁସ୍ତକ ମହୋତ୍ସବ କମିଟି ସମ୍ପାଦକ ଭାସ୍କର ଜେନା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ।
ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଇଂଲିଶ ଉପନ୍ୟାସ ‘ଟି ପାର୍ଟି’ର ଓଡ଼ିଆ ଅନୁବାଦ ‘ଚା ଭୋଜି’ ଉନ୍ମୋଚିତ ହୋଇଥିଲା। ଏହା ଅନୁବାଦ କରିଛନ୍ତି ଡ. ଶକୁନ୍ତଳା ବଳିଆରସିଂ। ସେହିପରି ଦୟା ଦିଶାନାଏକେଙ୍କ ଲିଖିତ ଓ ପକ୍ଷୀଘର ପ୍ରକାଶନୀ ପକ୍ଷରୁ ପ୍ରକାଶିତ ‘ହୁ ୱାଜ୍‌ ଅଶୋକା’, ସଚ୍ଚିନ୍ଦାନଦ ମିଶ୍ରଙ୍କ ସମ୍ପାଦିତ ‘ବିଚିତ୍ର ରାମାୟଣ’, ‘ସମକାଳ କାବ୍ୟ ତ୍ବ’, ପ୍ରଫେସର ଅରୁଣ ଚନ୍ଦ୍ର ସାହୁଙ୍କ ବୈଜ୍ଞାନିକ ଉପନ୍ୟାସ ‘ମଙ୍ଗଳପଥେ’ ସମେତ ୧୧ ପୁସ୍ତକ ଉନ୍ମୋଚିତ ହୋଇଥିଲା। ସୂଚନା ଅଧିକାରୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବହୁ ସାହିତି୍ୟକ, ଲେଖକ ଓ କବି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁସ୍ତକ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ଏଠାରେ ୫୦୦ ଷ୍ଟଲରେ ପାଠକଙ୍କ ରୁଚିକୁ ନେଇ ପୁସ୍ତକ ଉପଲବ୍ଧ ରହିଛି। ମେଳା ପରିସର ମୁଖ୍ୟ ମଞ୍ଚରେ ପ୍ରତି ସନ୍ଧ୍ୟାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri