ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ

ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ମତ ପ୍ରକାଶ କରିଛନ୍ତି। ଇଙ୍କ୍‌ଫେଷ୍ଟ ପକ୍ଷରୁ ସୋନପୁର ବ୍ଲକ ଜନମୁରା ପଞ୍ଚାୟତର ବଲଦାପାଲି ଗ୍ରାମ ମଣ୍ଡପରେ ମଙ୍ଗଳବାର ସନ୍ଧ୍ୟାରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁସ୍ତକ ସମ୍ପର୍କରେ ନିଜସ୍ବ ମତ ଦେଇ କହିଥିଲେ ଯେ, ଏହା ମାନବ ଜୀବନରେ ପ୍ରେରଣାଦାୟକ। ଜୀବନ ସହିତ ମଣିଷର ଗଭୀର ସମ୍ପର୍କ ରହିଛି। ପୁସ୍ତକ କେବେ ସରି ଯାଏନି। ଜୀବନ ଏକ ଅଧା ଗଢା ବହି ଭଳି ବୋଲି ମତ ଦେଇଥିଲେ। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ମୁଖ୍ୟବକ୍ତାଭାବେ ଯୋଗଦେଇ ଲେଖକ ପାଠକ ଟିଏ ଓ ପାଠକ ଲେଖକଟିଏ ହୋଇଥାଏ। ଲେଖକ ପାଠକୀୟ ଅନୁରାଗ ଆଶା କରେ। ତେଣୁ ପୁସ୍ତକ ଜୀବନ ସଦୃଶ। ପୁସ୍ତକ ପଠନର ଆବଶ୍ୟକତା ଓ ବିଶ୍ୱ ପୁସ୍ତକ ଦିବସ ସମ୍ପର୍କରେ ଅତିରିକ୍ତ ଜିଲାପାଳ ପଣ୍ଡା ଉପାଦେୟ ଆଲୋଚନା କରିଥିଲେ। ଆଇନଜୀବୀ ଗୌରିଶ୍ୟାମ ପଣ୍ଡା ଅନ୍ୟତମ ଆଲୋଚକଭାବେ ଯୋଗଦେଇ ଆଜିର ଇଣ୍ଟରନେଟ୍‌ ଦୁନିଆରେ ବି ପୁସ୍ତକର ଆଦର କମି ନାହିଁ ବୋଲି କହିଥିଲେ। ଶଶାଙ୍କ ଶେଖର ସିଂଦେଓ ଅନ୍ୟତମ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁସ୍ତକକୁ ସମସ୍ତେ ଆଦର କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରାରମ୍ଭରେ ଛାତ୍ରୀଛାତ୍ରଙ୍କ ଭାଗବତ ପାଠରୁ କାଯର୍‌ୟକ୍ରମ ଆରମ୍ଭ ହୋଇଥିଲା। ଏହି ଅବସରରେ ଉପସ୍ଥିତ ବିଦ୍ୟାଳୟର କୁନି କୁନି ଛାତ୍ରୀଛାତ୍ରଙ୍କୁ ବର୍ଣ୍ଣବୋଧ ପୁସ୍ତକ ପ୍ରଦାନ କରାଯାଇଥିଲା। ସମ୍ପାଦକ ଅମ୍ବୁଜ ବିହାରୀ ଶତପଥୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଇଙ୍କ୍‌ଫେଷ୍ଟର ସଭାପତି ସ୍ବାଧୀନ ମେହେର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଅଧ୍ୟାପକ ଡ. ଦେବାଶିଷ ପାଣ୍ଡିଆ, ରାଜୀବ ନାୟକ, ବେଣୁଧର ପ୍ରଧାନ, କ୍ଷିରୋଦ ବିହାରୀ ବିଶ୍ୱାଳ, ଆଶିଷ ମିଶ୍ର, ପ୍ରଦୀପ ପୁରୋହିତ, ପ୍ରଭୁଦତ୍ତ ରଥ ଓ ଅଧ୍ୟାପକ ସୌରଭ ଖମାରୀ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri