ବାରିପଦା ଅଫିସ, ୧୨ା୪- କରୋନା ଯୋଗୁଁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିର ୧୫ ଦିନ ହେବ ବନ୍ଦ ରହିଛି। ଫଳରେ ଏହି ମନ୍ଦିରର ପୂଜକମାନେ ବର୍ତ୍ତମାନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସେମାନଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରିବା ନିମନ୍ତେ ଉପଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ପୂଜକମାନେ ଅଭିଯୋଗ କରିଛନ୍ତି ଯେ, ୧୫ ଦିନ ହେଲା କଟକଣା ଯୋଗୁଁ ଭକ୍ତମାନେ ମନ୍ଦିର ଆସୁ ନାହାନ୍ତି। ପୂର୍ବରୁ ଭକ୍ତମାନେ ଦେଉଥିବା ଦାନ ତଥା ଭେଟିକୁ ନେଇ ସେମାନେ ଚଳୁଥିବା ବେଳେ ବର୍ତ୍ତମାନ ସେହିଭଳି କୌଣସି ସୁବିଧା ନାହିଁ। ଦେବୋତ୍ତର ବିଭାଗ ପକ୍ଷରୁ ମଧ୍ୟ କୌଣସି ପ୍ରାପ୍ୟ ମିଳୁ ନାହିଁ। ଫଳରେ ପୂଜକମାନେ ପରିବାର ଚଳାଇବା କଷ୍ଟକର ହୋଇ ପଡ଼ିଛି। ତେଣୁ ଏ ଦିଗରେ ବିଚାର କରିବା ପାଇଁ ପୂଜକମାନେ ଉପଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଅରୁଣ କୁମାର ମିଶ୍ର, ପ୍ରଦୀପ କୁମାର ପଣ୍ଡା, ଦେବକାନ୍ତ ପଣ୍ଡା, କାମେଶ୍ୱର ତ୍ରିପାଠୀଙ୍କ ସମେତ ଏକାଧିକ ପୂଜକ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଓମ୍ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…
ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...
ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି
ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...
ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ
ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...
ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍ରେ ଛିଡ଼ା ହୋଇଛନ୍ତି ରୋଗୀ
ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...
Archives


