ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) – ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି ଘଟଣା ପଦାକୁ ଆସିଛି। ଗ୍ରାମବାସୀ ଓ ମହିଳାଙ୍କ ପରିବାର ଲୋକେ ଭଣ୍ଡବାବାଙ୍କୁ ଧରି ନିସ୍ତୁକ ମାଡ଼ ମାରି ପୋଲିସ ଜିମା ଦେଇଛନ୍ତି। ଏଭଳି ଏକ ଘଟଣା ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଚୂଡ଼ାମଣି ସାମୁଦ୍ରିକ ଥାନା ଅଞ୍ଚଳରେ ଘଟିଛି। ଚୂଡ଼ାମଣି ଥାନା ପୋଲିସ ଏ ନେଇ ଏକ ମାମଲା(ନଂ.୫୧/୧୯) ରୁଜୁ କରି ଭଣ୍ଡବାବା ଭାନୁତାଲାଙ୍କୁ ଗିରଫ କରିଛି। ଲୋକଙ୍କ ମାଡ଼ରେ ସେ ଆହତ ହୋଇଥିବାରୁ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଇଥିବା ଆଇଆଇସି ମହମ୍ମଦ ହାଫିଜ୍‌ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗିରଫ ଭଣ୍ଡବାବା ଭାନୁତାଲାଙ୍କ ଘର ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଗ୍ରାମରେ। ପୂଜାପାଠ କଲେ ସନ୍ତାନ ଲାଭ ସମ୍ଭବ ବୋଲି କହି ସ୍ଥାନୀୟ ଅଞ୍ଚଳର ଏକ ନିଃସନ୍ତାନ ଦମ୍ପତିଙ୍କ ମନରେ ବିଶ୍ୱାସ ଜନ୍ମାଇଥିଲେ। ତଦନୁଯାୟୀ ଶନିବାର ରାତିରେ ଗଁା ପାଖ ମଶାଣିରେ ପୂଜାପାଠ କରିବା ଲାଗି ଆୟୋଜନ କରାଯାଇଥିଲା। ଭଣ୍ଡବାବା ଉକ୍ତ ମହିଳାଙ୍କୁ ନେଇ ରାତିରେ ଶ୍ମଶାନକୁ ଯାଇ ପୂଜାପାଠ ଆରମ୍ଭ କରିଥିଲେ। ଏହି ସମୟରେ ସେଠାରେ ସେ ମହିଳାଙ୍କୁ ଅସଦାଚରଣ କରିଥିଲେ। ମହିଳା ଜଣଙ୍କ ଏହାକୁ ବିରୋଧ କରି ପାଟିତୁଣ୍ଡ କରିବାରୁ ଗ୍ରାମବାସୀ ପହଞ୍ଚି ଭଣ୍ଡବାବାଙ୍କୁ କାବୁକରି ନିର୍ଧୂମ ଛେଚିଥିଲେ। ପରେ ସେମାନେ ପୋଲିସକୁ ଡାକି ଭଣ୍ଡବାବାଙ୍କୁ ଜିମା ଦେଇଥିଲେ। ପୂଜାପାଠ ମାଧ୍ୟମରେ ଏଭଳି ଅନ୍ଧବିଶ୍ୱାସ ସୃଷ୍ଟି କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏ ଦିଗରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri