ପୂଜା ଚାନ୍ଦା ନଦେବାରୁ ଟ୍ରକ କାଚ ଭାଙ୍ଗିଦେଲେ

ବାଲିଗୁଡା/ତୁମୁଡିବନ୍ଧ,୧ା୯(ଡି.ଏନ୍‌.ଏ)- ଗଣେଶ ପୂଜା ପାଇଁ ଚାରିଆଡେ ଚାଲିଛି ବ୍ୟାପକ ପ୍ରସ୍ତୁତି। ଧୁମ୍‌ଧାମରେ ପାଳନ କରିବାକୁ ଚାଲିଛି ପ୍ରତିଯୋଗିତା। ହେଲେ ଜବରଦସ୍ତ ଚାନ୍ଦା ଆଦାୟ ଗାଡି ଚାଳକଙ୍କୁ ଅସୁବିଧାରେ ପକାଉଛିl ୫୯ ନମ୍ବର ଜାତୀୟ ରାଜପଥ ଉପରେ ଆଦାୟ କରାଯାଉଛି ଗଣେଷ ପୂଜା ଚାନ୍ଦା। ଚାନ୍ଦା ନଦେବାରୁ ରବିବାର ଅପରାହ୍ନରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ମୁଣ୍ଡିଗଡ଼ଠାରେ ଜାତୀୟ ରାଜପଥ ଉପରେ ଯାଉଥିବା ଏକ ୧୮ ଚକିଆ ଟ୍ରକ (ନଂ.ଓଡି୧୪ବି-୪୧୧୭)କୁ ଅଞ୍ଚଳର କୌଣସି ଏକ ପୂଜା ଅନୁଷ୍ଠାନର ବ୍ୟକ୍ତି ପଥର ମାଡ଼ କରିଥିବା ଜଣାପଡିଛି। ପଥର ମାଡ଼ରେ ଟ୍ରକ୍‌ର ସମ୍ମୁଖ କାଚ ଭାଙ୍ଗି ଯାଇଥିଲା। ଟ୍ରକ୍‌ ଚାଳକ ଏନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଗାଡି ରଖି ରାସ୍ତା ଅବରୋଧ କରିଥିଲେ। ସେଠାରେ ସଙ୍ଗେ ସଙ୍ଗେ ଅଞ୍ଚଳବାସୀଙ୍କ ଭିଡ଼ ଜମିଥିଲା। ପୋଲିସ କିମ୍ବା ପ୍ରଶାସନ କେହି ଘଟଣାସ୍ଥଳରେ ନ ପହଞ୍ଚତ୍ବାରୁ ବାଧ୍ୟ ହୋଇ ଟ୍ରକ ଚାଳକ ଗାଡି ନେଇ ପଳାଇଥିଲେ। ବେଆଇନ ଚାନ୍ଦା ଆଦାୟ ଦଣ୍ଡନୀୟ ଅପରାଧ ହୋଇଥିଲେ ମଧ୍ୟ ପ୍ରଶାସନ ତରଫରୁ ବିହିତ ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri