ପୂଜା ପାଇଲେ ପଟି ଦିଅଁ:  ଆରମ୍ଭ ହେଲା ମହାପ୍ରଭୁଙ୍କ ଅଣସର ନୀତି

ପୁରୀ ଅଫିସ,୧୯ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଇ ଅଣସର ଗୃହକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ସୋମବାର ରାତି ୯ଟା ୪୫ରେ ହାତୀବେଶ ଓଲାଗି ହୋଇଥିଲା। ପ୍ରଥମେ ମଦନମୋହନ ବିଜେ କରିଥିଲେ। ରାତି ପ୍ରାୟ ୧୦ଟା ୪୫ରେ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ଯାତ୍ରା। ସ୍ନାନବେଦି ଛାଡ଼ିି ଗୋଟି ପହଣ୍ଡିରେ ଅଣସରକୁ ବିଜେ କରିଥିଲେ ଦାରୁବିଗ୍ରହ। ପହଣ୍ଡି ସରିବା ପରେ ଚିତା ଓଲାଗି ହୋଇ ଅଣସର ନୀତି ହୋଇଥିଲା। ଏହାପରେ କୋଠ ସୁଅଁାସିଆମାନେ ଭିତରକୁ ଯାଇ ଭିତରକାଠ ନିକଟରେ ତାଟି ବାନ୍ଧିଥିଲେ। ମଙ୍ଗଳବାର ଭୋର ସମୟରେ ଶ୍ରୀମନ୍ଦିରକୁ ପଟି ଦିଅଁ ବିଜେ ହୋଇଥିଲେ। ସକାଳ ୯ଟାରେ ତାଟିରେ ପଟିଦିଅଁଙ୍କୁ ରୁନ୍ଧା ଯାଇଥିଲା। ଶ୍ରୀଜଗନ୍ନାଥ ଶ୍ରୀଅନନ୍ତ ନାରାୟଣ ରୂପରେ, ମା’ ସୁଭଦ୍ରା ଭୁବନେଶ୍ୱରୀ ଏବଂ ଶ୍ରୀବଳଭଦ୍ର ଅନନ୍ତ ବାସୁଦେବ ଭାବେ ମହାଅଣସର ପଟିରେ ପରମ୍ପରା ଅନୁଯାୟୀ ସ୍ଥାନିତ ହୋଇଥିଲେ। ଏହାପରେ ଶ୍ରୀଦେବୀ, ଭୂଦେବୀ, ମଦନମୋହନ, ଦୋଳଗୋବିନ୍ଦ, ନୃସିଂହ ଓ ରାମକୃଷ୍ଣ ବିଜେ ହେବା ପରେ ଅନ୍ୟାନ୍ୟ ନୀତି ବଢିଥିଲା। ପୂର୍ବାହ୍ନ ୧୦ଟାରେ ମହାସ୍ନାନ ଓ ୧୦ଟା ୨୫ରେ ମଙ୍ଗଳ ଆଳତି ସରିଥିଲା। ଭକ୍ତମାନେ ପଟିଦିଅଁଙ୍କୁ ଦର୍ଶନ କରିଥିଲେ। ସେହିପରି ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ଥିବା ପତିତପାବନ ଅନନ୍ତ ନାରାୟଣ ରୂପରେ ପଟିରେ ସ୍ଥାନିତ ହୋଇଛନ୍ତି। ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ଅଣସର ନୀତି। ଅଣସରରେ ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଶ୍ରୀଅଙ୍ଗ ସେବକ ଦଇତାପତି। ମଧ୍ୟାହ୍ନ ଧୂପ ସରିବା ପରେ ଅଣସରରେ ମହାପ୍ରଭୁଙ୍କ ପାଖରେ ଚକଟା ଭୋଗ ଓ ପଣାଭୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?