ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ରୋହି ଗାଁର ପୂର୍ଣ୍ଣ ଜେନାଙ୍କୁ ଏକ ହତ୍ୟା ମାମଲାର ସାକ୍ଷୀ ନ ଦେବା ନେଇ ଧମକ ଦେବା ସହ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିଲା। ପୂର୍ଣ୍ଣ ବର୍ତ୍ତମାନ ବ୍ରହ୍ମପୁରରେ ଚିକିତ୍ସିତ ହେଉଥିବା ବେଳେ ସଦର ଥାନା ପୋଲିସ ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ମାମଲାରେ ମାଷ୍ଟରମାଇଣ୍ଡ ତଥା ମୁଖ୍ୟ ଅଭିଯୁକ୍ତ ବଶିଷ୍ଟ ଜେନା, ବାବୁଲା ଜେନା ଓ ତାଙ୍କ ସହଯୋଗୀମାନେ ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ଏହି ଫେରାର ଅଭିଯୁକ୍ତମାନେ ଗ୍ରାମରେ ଅନାୟସରେ ବୁଲୁଥିବା ନେଇ ପୂର୍ଣ୍ଣଙ୍କ ଭାଇ ତଥା କୁକୁଡ଼ାଖଣ୍ଡି ବ୍ଲକର ପୂର୍ବତନ ବିଜେଡି ସଭାପତି ଓ ରୋହିଗାଁର ପୂର୍ବତନ ସମିତି ସଭ୍ୟ ସନ୍ନ୍ୟାସୀ ଜେନା ଏସ୍‌ପି ପିନାକ ମିଶ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସନ୍ନ୍ୟାସୀ ଓ ତାଙ୍କ ପରିବାରବର୍ଗ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟଙ୍କୁ ସେମାନଙ୍କର ଦାବିପତ୍ର ପ୍ରଦାନ କରିଛନ୍ତି।
ଏଥିରେ ଉଲ୍ଲେଖ ଅଛି ଯେ, ବଶିଷ୍ଟ ଜେନା ଓ ତାଙ୍କ ସହଯୋଗୀ ଘରକୁ ଆସି ଅଶୋକ ଜେନା ହତ୍ୟା ମାମଲାରେ ସାକ୍ଷୀ ନ ଦେବା ପାଇଁ ଧମକ ଦେବା ସହ ହତ୍ୟା ଧମକ ଦେଉଥିବା ସେ ଅଭିଯୋଗ କରିଛନ୍ତି । ବର୍ତ୍ତମାନ ତାଙ୍କ ପରିବାରବର୍ଗଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଏସ୍‌ପିଙ୍କୁ ଲିଖିତ ଭାବେ ସେମାନେ ଜଣାଇବା ସହ ମୁଖ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସେ ଦାବି କରିଛନ୍ତି । ନଚେତ୍‌ ଆଗାମୀ ଦିନରେ ସେ ଓ ତାଙ୍କର ପରିବାରବର୍ଗ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି ।
ସୂଚନାଯୋଗ୍ୟ, ୨୦୧୫ ସେପ୍ଟମ୍ବର ୭ ତାରିଖରେ ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ର କରି ପୂର୍ଣ୍ଣଙ୍କୁ ହତ୍ୟା ଉଦ୍ୟମ କରି ବଶିଷ୍ଟ ଓ ତାଙ୍କ ସହଯୋଗୀ ଗିରଫ ହୋଇଥିଲେ। ଏହାପରେ ୨୦୧୭ ମାର୍ଚ୍ଚ ୧୮ ରେ ପୂର୍ଣ୍ଣଙ୍କ ଭାଇ ଅଶୋକ ଜେନାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଥିଲା। ଏହି ମାମଲାରେ ବଶିଷ୍ଟ ଓ ତାଙ୍କ ଅନ୍ୟ ସହଯୋଗୀ ସଂପୃକ୍ତ ଥିବା ବେଳେ ପୂର୍ଣ୍ଣ ଜେନା ମୁଖ୍ୟ ସାକ୍ଷୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri