ପୂର୍ଣ୍ଣ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୧୧ା୬(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ତାବରଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂ (୬୫) ହତ୍ୟାକାଣ୍ଡର ଗୁମର ଖୋଲିଛି ପୋଲିସ। ୨ ମାସ ୧୮ ଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ପଥର ଜବତ କରିଛି। ସେ ହେଲେ ଉପରର ତାବରଡାର ଯାମେଶ ରଇତ। ଦୁର୍ଘଟଣାରୁ ବଚସା ଓ ପରେ ପଥରରେ ଛେତି ହତ୍ୟା କରିବା ପରେ ଗଛରେ ଟାଙ୍ଗି ଦେଇଥିବା ଯାମେଶ
ସ୍ବୀକାର କରିଛି।
ଏନେଇ ଆର୍‌.ଉଦୟଗିରି ଥାନାରେ ସୋମବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀ କରି ପୋଲିସ ସୂଚନା ଦେଇଥିଲା। ସୂଚନା ପ୍ରକାରେ, ତାବରଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମାର୍ଚ୍ଚ ୨୨ରେ କାମ ସାରି ଉପର ତାବରଡାରୁ ଫେରୁଥିଲେ। ବାଟରେ ସାଇକେଲରେ ଯାଉଥିବା ଯାମେଶ ତାଙ୍କୁ ଧକ୍କା ଦେଇଥିଲେ। ପରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଯାମେଶ ପଥରରେ ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡକୁ ଛେଚି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାକୁ ଲୁଚାଇବାକୁ ପାଖରେ ଥିବା ଏକ ଗଛରେ ପୂର୍ଣ୍ଣଙ୍କ ମୃତଦେହକୁ ଯାମେଶ ଟାଙ୍ଗି ଦେଇଥିଲେ। ପରିବାର ଲୋକେ ମାର୍ଚ୍ଚ ୨୪ରେ ପୂର୍ଣ୍ଣଚନ୍ଦ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରି କଫିନରେ ରଖି ପୋତି ଦେଇଥିଲେ। ପୂର୍ଣ୍ଣଚନ୍ଦ୍ରଙ୍କ ପୁଅ ଉଦୟଚନ୍ଦ୍ର ଉପରତାବରଡାର ଜଣେ ଯୁବକଙ୍କ ବାଇକ ଧକ୍କାରେ ବାପାଙ୍କ ମୃତ୍ୟୁ ଘଟିବା ପରେ ସେ ଗଛରେ ଟାଙ୍ଗି ଦେଇଥିବା କୌଣସି ସୂତ୍ରରୁ ଖବର ପାଇଥିଲେ। ଏନେଇ ସେ ଜଣେ ଯୁବକଙ୍କ ନାମରେ ମାର୍ଚ୍ଚ ୨୯ରେ ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୩୨/୧୯ରେ ମାମଲା ରୁଜୁ କରି ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ୩୦ ତାରିଖରେ କଫିନ ବକ୍ସରୁ ମୃତଦେହ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଅଭିଯୋଗ ପ୍ରକାରେ ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଇଥିଲା। ମାତ୍ର ସେ ଏହି ଘଟଣାରେ ସମ୍ପୃକ୍ତ ନଥିବା ଜଣାପଡିଥିଲା। ପରେ ସେହି ଗ୍ରାମର ଯାମେଶ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସକୁ ସୂଚନା ମିଳିଥିଲା। ତାଙ୍କୁ ଥାନାକୁ ଆଣି ପଚରାଉଚରା ପରେ ସେ ହତ୍ୟା କରିଥିବା ସ୍ବୀକାର କରିବା ସହ ଘଟଣାସ୍ଥଳକୁ ଯାଇ ସମସ୍ତ ଘଟଣା ବର୍ଣ୍ଣନା କରିଥିଲେ। ପୋଲିସ ଯାମେଶଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ସାମଗ୍ରୀ ଓ ସାଇକେଲ ଜବତ କରିଥିଲା। ସୋମବାର ଯାମେଶଙ୍କୁ କୋର୍ଟଚାଲାଣ କରାଯାଇଥିବା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପାରଳାଖେମୁଣ୍ଡି ଡିଏସ୍‌ପି ଅନିଲ କୁମାର ପ୍ରଧାନ କହିଛନ୍ତି। ତାଙ୍କ ସହ ଆର.ଉଦୟଗିରି ଆଇଆଇସି କୁଳମଣି ସେଠୀ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?