Posted inଖେଳ

ପୂର୍ବତନ ଅଧିନାୟକ ଆଝାରୁଦ୍ଦିନଙ୍କ ନାମରେ ଠକାମି ଅଭିଯୋଗ

ନୂଆଦିଲ୍ଲୀ,୨୩।୧- ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ଓ ଅନ୍ୟ ଦୁଇ ଜଣଙ୍କ ନାମରେ ୨୧ ଲକ୍ଷ ଟଙ୍କାର ଠକାମି ଅଭିଯୋଗ ଆସିଛି। କିନ୍ତୁ ଅଭିଯୋଗକୁ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ମୁଖ୍ୟ ଆଝାରୁଦ୍ଦିନ ଖଣ୍ଡନ କରିଛନ୍ତି। ଏଥିସହ ଅଭିଯୋଗକାରୀଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି ମକଦ୍ଦମା ଦାୟର କରିବା ନେଇ କହିଛନ୍ତି। ମହାରାଷ୍ଟ୍ରର ଔରଙ୍ଗାବାଦର ଦାନିଶ ଟୁର୍ସ ଓ ଟ୍ରାଭେଲ୍ସ ଏଜେନ୍ସି ମାଲିକ ଶାହାବ ଏଫ୍‌ଆଇଆର୍‌ ଦାଏର କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ସେ ଆଝାରୁଦ୍ଦିନ ଓ ଅନ୍ୟ ଦୁଇ ଜଣଙ୍କ ପାଇଁ ୨୦.୯୬ ଲକ୍ଷ ଟଙ୍କାର ବହୁ ଅନ୍ତର୍ଜାତୀୟ ଫ୍ଲାଇଟ ଟିକେଟ୍‌ ବୁକ୍‌ କରିଥିଲେ। ଗତବର୍ଷ ନଭେମ୍ବରରେ ପ୍ରାୟ ସମସ୍ତ ଟିକେଟ ବୁକ୍‌ ହୋଇଥିଲା। ବହୁବାର ଆଝାରୁଦ୍ଦିନଙ୍କ ପିଏ ମୁଜିବ ଖାଁଙ୍କୁ ଅନୁରୋଧ କରିବା ପରେ ମଧ୍ୟ ଟଙ୍କା ମିଳି ନ ଥିଲା। କେବଳ ପ୍ରତିଶ୍ରୁତି ଦେଇଥିଲେ। ଏକଦା ପୂର୍ବତନ ଅଧିନାୟକଙ୍କ ପିଏ ସୁଦେଶ ଆଓ୍ବକାଲ ଏକ ଇ-ମେଲ୍‌ କରିଥିଲେ, ଯେଉଁଥିରେ ୧୦.୬ ଲକ୍ଷ ଟଙ୍କା ପଠାଯାଇଥିବା ଲେଖାଥିଲା। କିନ୍ତୁ ଟଙ୍କା ଆକାଉଣ୍ଟକୁ ଆସି ନ ଥିଲା। ଆଝାରୁଦ୍ଦିନ, ଖଁା ଓ ଅଓ୍ବାକଲଙ୍କ ନାମରେ ୪୨୦, ୪୦୬ ଓ ୩୪ ଧାରାରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri