ପୂର୍ବତନ ଆକାଉଣ୍ଟାଣ୍ଟ, ଇନ୍‌ଚାର୍ଜ ଗିରଫ

ଭୁବନେଶ୍ୱର, (ବ୍ୟୁରୋ)/ କାମାକ୍ଷାନଗର (ଡି.ଏନ୍‌.ଏ.) ୧୯ା୫- ନିଜ ପଦବୀର ଅପବ୍ୟବହାର କରି ବ୍ୟାଙ୍କ୍‌ରୁ ୧.୧୫ କୋଟି ଟଙ୍କା ହପଡ଼ କରିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦୁଇ କର୍ମଚାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ ୟୁନାଇଟେଡ୍‌ ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ୍‌(ୟୁସିସି)ର ପୂର୍ବତନ ଆକାଉଣ୍ଟାଣ୍ଟ ସହଦେବ ସାହୁ ଓ ବ୍ୟାଙ୍କ୍‌ ଇନ୍‌ଚାର୍ଜ ଶାନ୍ତନୁ କୁମାର ବରାଳ। ଉଭୟଙ୍କ ଘର ଢେଙ୍କାନାଳ ଜିଲାରେ। ଶନିବାର ସକାଳୁ ଇଓଡବ୍ଲ୍ୟୁ ସେମାନଙ୍କୁ ଢେଙ୍କାନାଳରୁ ଗିରଫ କରିଥିବା ଜଣାପଡିଛି। ଗିରଫ ପରେ ଆଇପିସି ଦଫା ୪୦୯, ୪୬୭, ୪୬୮, ୪୭୧, ୪୭୭(ଏ)୧୨୦(ବି)ରେ ମାମଲା ( ନଂ.୭/୧୯) ରୁଜୁ କରି ସେମାନଙ୍କୁ କାମାକ୍ଷାନଗର ଏସ୍‌ଡିଜେଏମ୍‌ କୋର୍ଟକୁ ପଠାଇ ଦେଇଛି। ଏଥିସହ ଏହି ଠକେଇରେ ସଂପୃକ୍ତଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଇଓଡବ୍ଲ୍ୟୁ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ୨୦୧୫ରୁ ୨୦୧୬ ମଧ୍ୟରେ ଅନୁଗୋଳ ୟୁସିସି ବ୍ୟାଙ୍କ୍‌ରେ ଏହି ଠକେଇ ହୋଇଥିଲା। ସେହି ସମୟରେ ବ୍ୟାଙ୍କ୍‌ର ଆକାଉଣ୍ଟାଣ୍ଟ ଥିବା ସହଦେବ ସାହୁ, ଇନ୍‌ଚାର୍ଜ ଶାନ୍ତନୁ କୁମାର ବରାଳଙ୍କ ସମେତ ବ୍ୟାଙ୍କର ଆସିଷ୍ଟାଣ୍ଟ୍‌ ଓ ଦୁଇ ଜଣ କର୍ମଚାରୀ ଏହି ଠକେଇରେ ସାମିଲ ଥିଲେ। ସେମାନେ ବ୍ୟାଙ୍କ୍‌ର ୧ କୋଟି ୧୫ ଲକ୍ଷ ୧୬ ହଜାର ୩ଶହ ଟଙ୍କାକୁ ଜାଲିଆତି କରି ଭିନ୍ନ ଭିନ୍ନ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡ଼ପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri