ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ତାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରଛନ୍ତି। କ.ନୂଆଗାଁ ବ୍ଲକ ଅଞ୍ଚଳରେ ପଦ୍ମଚରଣ ସାହୁ ନାମକ ଜଣେ ବ୍ୟକ୍ତି ବିଦ୍ୟାଳୟଗୁଡିକର ମଧ୍ୟାହ୍ନଭୋଜନ ପାଇଁ ଅଣ୍ଡା ଯୋଗାଉଥିଲେ ା ସେ ବାବଦକୁ ସରକାରଙ୍କଠାରୁ ପଦ୍ମଚରଣ ୭୪ ହଜାର ୯୦ ଟଙ୍କା ପାଇବାର ଥିଲା ା ଏହି ଟଙ୍କାର ବିଲ୍ କରିଦେବା ପାଇଁ ଦାୟିତ୍ୱରେ ଥିବା ନବକେଶି ଦେଶୀନାୟକଙ୍କୁ ସେ ଅନୁରୋଧ କରିଥିଲେ ା ଏଥିପାଇଁ ଦେଶୀନାୟକ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ା ତେବେ ୮ ହଜାର ଟଙ୍କା ଦେବାକୁ କଥା ଛିଡିଥିଲା। ପଦ୍ମଚରଣ ଏ ନେଇ ୨୦୧୪ ଜୁଲାଇ ୨୨ରେ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗକ୍ରମେ ନଂ.୩୨/୧୪ରେ ମାମଲା ରୁଜୁ ହୋଇଥିଲା ା ୨୩ରେ ପଦ୍ମଚରଣ ଲାଞ୍ଚ ଟଙ୍କା ଦେଶୀନାୟକଙ୍କୁ ତାଙ୍କ ଅଫିସରେ ଦେବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ସେଠାରେ ପହଞ୍ଚି ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲେ ା
Posted inଆମ ଜିଲା ଖବର, କନ୍ଧମାଳ View All
ବରଗଡ଼ ଆସୁଛନ୍ତି ଓଏସସିପିସିଆର୍ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…
ରାଜପଥରେ ଲୁଟ୍ପାଟ୍: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ
ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍ ଭେସେଲ୍) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…
ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…
ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..
ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…
ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ
କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…
ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି
ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…
ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ
କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…
କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…
Archives

