Posted inଖେଳ

ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲଙ୍କ ପରଲୋକ

ଫ୍ଲୋରିଡା, ୧୮।୧୨- ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲ ବାଉଚରଙ୍କ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ବୋଲି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ମଙ୍ଗଳବାର ଏହା ସ୍ପଷ୍ଟ କରାଯାଇଛି। ୧୯୫୮ରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ପଦାର୍ପଣ ୪୪ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ସେ ୪୩. ୧୧ ଆଭରେଜରେ ୩୧୦୪ ରନ୍‌ ସଂଗ୍ରହ କରିଛନ୍ତି। ଏଥିରେ ୭ ଶତକ ଓ ୧୬ ଅର୍ଦ୍ଧଶତକ ରହିଛି। ୧୯୬୩ରେ ଲଡର୍‌ସରେ ଇଂଲଣ୍ଡ ବିପକ୍ଷରେ ୧୩୩ ରନ ଓ ୧୯୬୬ରେ ନଟିଂହାମ୍‌ଠାରେ ୨୦୯* ରନର ଇନିଂସ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ବ୍ୟାଟିଂ କୁହାଯାଏ। ଭାରତ ମାଟିରେ ବାଉଚର ୬୯.୪୨ ଆଭରେଜରେ ୪୮୬ ରନର ସଂଗ୍ରହ କରିଛନ୍ତି। କଲକତା (ବର୍ତ୍ତମାନ କୋଲକାତା) ଓ ମାଡ୍ରାସ (ବର୍ତ୍ତମାନ ଚେନ୍ନାଇ)ରେ ସେ ଗୋଟିଏ ଲେଖାଏ ଶତକ ମଧ୍ୟ ହାସଲ କରିଥିଲେ। ବାଉଚର ମଧ୍ୟ ସାମୟିକ ଲେଗ୍‌-ସ୍ପିନ ବୋଲିଂ କରି ଟେଷ୍ଟରେ ୫ ଉଇକେଟ୍‌ ହାସଲ କରିଛନ୍ତି। ୧୯୭୦ରେ ସେ ଓ୍ବିଜଡେନ କ୍ରିକେଟର୍‌ ଅଫ୍‌ ଦି ଇୟର ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri